banner
Breaking

ବାତ୍ୟା ସ୍ଥିତି ପରିଦର୍ଶନ ସହ ୧ ହଜାର କୋଟି ଆର୍ଥିକ ସହାୟତା ଘୋଷଣା କଲେ ମୋଦି।

ମୃତକଙ୍କ ପରିବାରକୁ ୨ ଲକ୍ଷ,ଆହତଙ୍କ ପାଇଁ ୫୦ ହଜାର ଘୋଷଣା

0

କଲକାତା,୨୨/୫(ଓଡ଼ିଆ ନ୍ୟୁଜ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଅଗ୍ରିମ ୧ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି।ସୂଚନା ଅନୁସାରେ, ବାତ୍ୟାର ଦିନକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ଗସ୍ତ କରି ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାବୁଲ ସୁପ୍ରିୟୋ, ପ୍ରତାପଚନ୍ଦ୍ର ଷଡ଼ଙ୍ଗୀ ଏବଂ ଦେବାଶ୍ରୀ ଚୌଧୁରୀ ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆକାଶମାର୍ଗରୁ ସ୍ଥିତି ନିରୀକ୍ଷଣ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମମତାଙ୍କ ସହିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ପାଇଁ ଅଗ୍ରିମ ୧ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରିଥିଲେ। ରାଜ୍ୟ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରାଯିବା ପରେ ଅଧିକ ସହାୟତା ପ୍ରଦାନ କରାଯିବ ବୋଲି ମୋଦୀ କହିଥିଲେ। ଏହା ସହିତ ବାତ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ମୋଦୀ କହିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.