banner
Breaking

ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ

0

ଭୁବନେଶ୍ବର : ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରବିବାର ପରଲୋକ ଘଟିଛି। ଆପୋଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା।
ସୂଚନାଯୋଗ୍ୟ, ରବିବାର ବ୍ରଜରାଜନଗରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରକୁ ପୋଲିସ ଏଏସଆଇ ଗୋପାଳ ଦାସ ୨ ରାଉଣ୍ଡ ଗୁଳିମାଡ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ସେ ଗାଡିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳିମାଡ ହୋଇଥିଲା। ମନ୍ତ୍ରୀଙ୍କର ଛାତିରେ ଗୁଳି ବାଜିଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ସେଥିପାଇଁ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱରକୁ ଏୟାର ଲିଫ୍ଟ କରାଯାଇଥିଲା। ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ତଥାପି ଡାକ୍ତରଙ୍କ ସମସ୍ତ ଚେଷ୍ଟା ସ୍ବାସ୍ଥ୍ୟମନ୍ତ୍ରୀ ଆଖି ବୁଜିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.