banner
Breaking

ନେତାଜୀଙ୍କ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ଓଡ଼ିଆ ମାଟିର ପୁଅ ସତ୍ୟ ସୂତାର

1

ଭୁବନେଶ୍ବର – ସ୍ଵାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ୍ ଦେଶପ୍ରେମୀ, ତେଜସ୍ୱୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୁତାର ଚଳିତ ବର୍ଷ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଗତବର୍ଷ ଭିଏତନାମାରେ ନେତାଜୀଙ୍କ ଫଟୋରେ ପୁଷ୍ପମାଲ୍ୟ ଦେଇ ସେ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। ଚଳିତ ବର୍ଷ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକର ରୟାଲ ହୋଟେଲ ସମ୍ମୁଖରେ ଏହି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି l ସୁଭାଷ ବୋଷ ଚନ୍ଦ୍ର ବୋଷ ରୟାଲ ହୋଟେଲ ରେ ପାଖାପାଖି ତିନି ମାସ ରହି, ସେଠାରେ ଥିବା ଏକ ପଡିଆରେ; ଇଣ୍ଡିଆନ ନେସନାଲ ଆର୍ମିକୁ ଟ୍ରେନିଂ ଦେଉଥିଲେ l ଭାରତୀୟ ସମୟ ସକାଳ 4ଟା 30ମିନିଟ ସମୟରେ ଏହି ଶ୍ରଦ୍ଧାଞ୍ଜଳି ଜ୍ଞାପନ ଦେଇଛନ୍ତି l
ସୂଚନା ଅନୁଯାଇ, ସତ୍ୟ ସୂତାର ଓଡିଶା ଛାଡି ବିଦେଶ ଆସିବାର ପାଖା ପାଖି ୧୨ରୁ ୧୩ବର୍ଷ ହୋଇ ଗଲେଣି। ନେତାଜୀଙ୍କ ଜୟନ୍ତୀରେ ନେତାଜୀ ଯେଉଁ ଦେଶ ଗୁଡ଼ିକୁ ଭାରତ ସ୍ୱାଧୀନ କରିବାକୁ ଯାଇଥିଲେ। ସେ ସେହି ଦେଶ ଗୁଡ଼ିକୁ ନେତାଜୀଙ୍କ ଜନ୍ମ ଦିନରେ ବିଦେଶ ଯାଇ ଶ୍ରଦ୍ଧାଞ୍ଜଳୀ ଜଣାଇବା ପାଇ ସେ ଚିନ୍ତା କରିଥିଲେ। ସେଥିପାଇଁ ନେତାଜୀ ଯେଉଁ ଦେଶ ଗୁଡିକୁ ଯାଇ ଭାରତକୁ ସ୍ୱାଧୀନ କରିବାକୁ ଆପ୍ରାଣ ଉଦ୍ୟମ କରିଥିଲେ ସେ ସବୁ ଦେଶ ଗୁଡିକୁ ଯାଇ ତାଙ୍କ ଜନ୍ମଦିନରେ ସୂତାର ଶ୍ରଦ୍ଧାଞ୍ଜଳୀ ଜଣାଇବା ଆରମ୍ଭ କରିଛନ୍ତି । ନେତାଜୀଙ୍କୁ ସମ୍ମାନ ଜଣେଇବା ପାଇଁ ଗତ ବର୍ଷ ଠାରୁ ସେ ବିଦେଶ ମାଟିରେ ଏଭଳି ଅଭିଯାନ ଆରମ୍ଭ କରିଛନ୍ତି।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.