banner
Breaking

ଆଉ ଆଠମାସ ମାଗଣା ରାଶନ ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

0

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏଓ୍ବାଇ)କୁ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ଘୋଷଣା ଅନୁଯାୟୀ ୭ ମାସ ମାଗଣା ରାସନ ଦିଆଯାଇଥିବା ବେଳେ ଏହାକୁ ଆହୁରି ୮ ମାସ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଚିଠିରେ କହିଛନ୍ତି, ମହାମାରୀର ପ୍ରଭାବ ସମ୍ପୂର୍ଣ୍ଣ ଭାବେ ଟଳିନି। ଦେଶରେ ଏବେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଶସ୍ୟ ମହଜୁଦ ରହିଛି। ତେଣୁ ଲୋକଙ୍କ ପାଇଁ ଡିସେମ୍ବର ମାସରୁ ଆହୁରି ୮ ମାସ ମାଗଣା ରାସନ ଦେବାକୁ ସେ ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନ୍ତର୍ଗତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନରେ ମୁଣ୍ଡପିଛା ମାସକୁ ୫ କିଲୋ ଚାଉଳ ଓ କାର୍ଡ ପିଛା ୧ କିଲୋ ଡାଲି ମାଗଣାରେ ଯୋଗାଇ ଦିଆଯାଉଛି।

Khansweb Solution Bhubaneswar

Leave A Reply

Your email address will not be published.