banner
Breaking

ଓଡିଶା ହାଇକୋର୍ଟର ୩୧ ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମହମ୍ମଦ ରଫିକ।

0

ଭୁବନେଶ୍ଵର,୨୭/୪(ଓଡ଼ିଆ ନ୍ୟୁଜ) : ଓଡ଼ିଶା ହାଇକୋର୍ଟର ୩୧ ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ ଶପଥ ଗ୍ରହଣ କରିଛନ୍ତି। ସୋମବାର ଓଡ଼ିଶା ଲୋକସେବା ଭବନରେ ଆୟୋଜିତ ଏକ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ ରଫିକଙ୍କୁ ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି। ସମାରୋହରେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଓ ବିଚାରପତିଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ମୁଖ୍ୟ ଶାସନ ସଚିବ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଜଷ୍ଟିସ ରଫିକ ୨୦୧୯ ନଭେମ୍ବର ୧୩ ତାରିଖରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ। ଏହା ପୂର୍ବରୁ ସେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ସେଠାରେ ସେ ୨୦୦୬ ମସିହା ମେ ୧୫ ତାରିଖରେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୯ ଏପ୍ରିଲ ୭ରୁ ମେ ୪ ଏବଂ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଦୁଇଥର ରାଜସ୍ଥାନ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.