ଭୁବନେଶ୍ୱର,୨୮ା୯: ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍ସିଲ ଫର୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍ଆଇଆର୍) ତା’ର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏହି ପୁରସ୍କାର ପାଇଁ ଦେଶର ୧୨ଜଣ ବୈଜ୍ଞାନିକଙ୍କ ନାମ ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ଜ୍ୟୋତିର୍ମୟୀ ରହିଛନ୍ତି। ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ମହିଳା ବୈଜ୍ଞାନିକ। ରସାୟନ ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜ୍ୟୋତିର୍ମୟୀଙ୍କୁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପ୍ରଦାନ କରାଯିବ। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜ୍ୟୋତିର୍ମୟୀଙ୍କ ସମେତ ମନୋନୀତ ୧୨ଜଣ ବୈଜ୍ଞାନିକଙ୍କୁ ପୁରସ୍କାର ପ୍ରଦାନ କରିବେ।
ଜଗତ୍ସିଂହପୁର ଜିଲା ମାନପୁରର ଯୋଗେନ୍ଦ୍ର ନାଥ ୟୁପି ସ୍କୁଲ ଓ ତରିକୁଦ ହାଇସ୍କୁଲରେ ସ୍କୁଲ ଶିକ୍ଷା ସାରିବା ପରେ ସ୍ବାମୀ ବିବେକାନନ୍ଦ କଲେଜରେ ଯୁକ୍ତ୨ ଶିକ୍ଷା ଶେଷ କରିଥିଲେ। ଏହାପରେ କଟକ ରେଭେନ୍ଶା କଲେଜରେ ବିଏସ୍ସି ଓ ଏମ୍ଏସ୍ସିରେ ପ୍ରଥମ ଣ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ ଆଇଆଇଟି କାନପୁରରେ ସିନ୍ଥେଟିକ ଅର୍ଗାନିକ କେମେଷ୍ଟ୍ରିରେ ପିଏଚ୍ଡି କରିଥିଲେ। ବିଶ୍ବର ବିଭିନ୍ନ ପ୍ରତିଷ୍ଠିତ ବିଶ୍ବବିଦ୍ୟାଳୟରେ ସେ ଫେଲୋଶିପ୍ ପାଇ ଗବେଷଣାରେ ନିଜକୁ ସାମିଲ କରିଥିଲେ। ଇଏସ୍ପିସିଆଇ-ପ୍ୟାରିସ ଫ୍ରାନ୍ସରେ ସେ ତାଙ୍କର ପୋଷ୍ଟ ଡକ୍ଟରଲାଲ ଗବେଷଣା ଶେଷ କରିଥିଲେ। ୨୦୦୯ରେ କୋଲକାତା ଆଇଜରରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ନିଯୁକ୍ତି ପାଇ ୪ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୧୨ରେ କୋଲକାତାସ୍ଥିତ ଇଣ୍ଡିଆନ ଆସୋସିଏଶନ୍ ଫର୍ ଦି କଲ୍ଟିଭେଶନ ଅଫ୍ ସାଇନ୍ସ (ଆଇଏସିଏସ୍)ରେ ଆସିଷ୍ଟାଣ୍ଟ ପ୍ରଫେସର ରୂପେ ଯୋଗଦେଇଥିବା ଜ୍ୟୋତିର୍ମୟୀ ଏବେ ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ଏହି ସମ୍ମାନଜନକ ପୁରସ୍କାର ଆଗକୁ ବିଜ୍ଞାନ ଗବେଷଣା ପ୍ରତି ଆହୁରି ପ୍ରେରଣା ଯୋଗାଇବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜ୍ୟୋତିର୍ମୟୀଙ୍କ ବାପା ବସନ୍ତ କୁମାର ଦାଶ ଓ ମାତା ପୁଷ୍ପା କୁମାରୀ ମିଶ୍ର ଉଭୟ ଶିକ୍ଷକ ଥିଲେ।
Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
