banner
Breaking

ଓଡିଶୀ ନୃତ୍ୟ ଓ ସ°ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ।

0

ଭୁବନେଶ୍ୱର,୨୫/୯(ଓଡ଼ିଆ ନ୍ୟୁଜ): ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ନିମନ୍ତେ କେନ୍ଦ୍ରକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତ ମନ୍ତ୍ରୀ ପହ୍ଲାଦ ସିଂହ ପଟେଲଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖି ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି ।
ସେପ୍ଟେମ୍ବର ୨ରେ ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏନେଇ ନିଷ୍ପତ୍ତି ହୋଇଥିଲା । ବହୁ ବର୍ଷଧରି ଥିବା ଓଡିଆଙ୍କ ସ୍ୱପ୍ନଙ୍କୁ ସ୍ୱୀକାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି । ତେବେ ଓଡିଶୀ ସଙ୍ଗୀତ ୨ ହଜାର ବର୍ଷର ପୁରୁଣା ପରମ୍ପରା । ଏହା ହିନ୍ଦୁସ୍ତାନୀ ଓ କର୍ଣ୍ଣାଟକ ସଙ୍ଗୀତଠାରୁ ସମ୍ପୂର୍ଣ୍ଣ ଭିନ୍ନ । ତେଣୁ ଏହାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଯୁକ୍ତି ବାଢ଼ିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.