banner
Breaking

ପୁଣି ୭ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

0

ନୂଆଦିଲ୍ଲୀ,୧୦।୧୨: ମହାରାଷ୍ଟ୍ରରେ ୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ଭାରତରେ କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ଶୁକ୍ରବାର ଚିହ୍ନଟ ହୋଇଥିବା ୭ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ମୁମ୍ବାଇର। ସେମାନଙ୍କ ମଧ୍ୟରେ ଏକ ୩ ବର୍ଷର ଶିଶୁ ରହିଥିବା ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ସମସ୍ତ ଆକ୍ରାନ୍ତଙ୍କ ଠାରେ ସାମାନ୍ୟ ଲକ୍ଷଣ ଦେଖାଯାଉଛି। ଏଣୁ ଚିନ୍ତା କରିବାର କିଛି ନାହଁି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.