banner
Breaking

ଓଡିଶାରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

0

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ ତଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା।

ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲାସ୍ଥିତ କରୋନା ହସ୍ପିଟାଲକୁ ପଠାଯାଇଥିଲା । ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ତାଙ୍କର ଜିନୋମ ସିକ୍ୱେନ୍ସିଂ ରିପୋର୍ଟ ଓମିକ୍ରନ ସଂକ୍ରମିତ ଆସିଥିବା ସୂଚନା ଦେଇଛନ୍ତି ବଲାଙ୍ଗୀର ସିଡିଏମଓ ଡକ୍ଟର ସ୍ନେହାଙ୍ଗିନୀ ସାହୁ। ମୃତ ମହିଳାଙ୍କ ବୟସ ୫୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସୁସ୍ଥ ହୋଇଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି।

Khansweb Solution Bhubaneswar

Leave A Reply

Your email address will not be published.