banner
Breaking

ବଡଦିନ ଓ ନୂଆ ବର୍ଷରେ ଲାଗିଲା ରୋକ

0

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚଛି। ଏହାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ପର୍ବପର୍ବାଣୀ ପାଳନ ଓ ଲୋକ ଗହଳି ଉପରେ ବିଏମ୍‌ସିି କମିଶନର ସଞ୍ଜୟ ସିଂ କଟକଣା ଲଗାଇଛନ୍ତି। ସେ କହିଛନ୍ତି, କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଖ୍ରୀଷ୍ଟମାସ ପାଳନ କରାଯିବ। ବର୍ତ୍ତମାନ ସ୍ଥିତିକୁ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ନିଆଯିବ। ନୂଆବର୍ଷ ପାଇଁ ରାଜ୍ୟ ସରକାର ଲାଗୁ କରିଥିବା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ବଡ଼ଦିନ ଓ ନୂଆବର୍ଷରେ ଅଧିକ ଗହଳି ହେବାକୁ ଥିବାରୁ ଏହି ଅବସରରେ ଗହଳି ଏ ତଥା ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯିବ ବୋଲି କମିଶନର କହିଛନ୍ତି।

ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କମ ଅଛି। ତଥାପି ଏବେଠୁ ବିଏମ୍‌ସି ସତର୍କତାମୂଳକ ପଦକ୍ଷେପ ନେଉଛି। ଗାଇଡ୍‌ଲାଇନ୍‌ ଅନୁସାରେ ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି। ବିଦେଶ ଫେରନ୍ତା ପଜିଟିଭ୍‌ ଚିହ୍ନଟ ହେଲେ ସେମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ଏବେ ସୁଦ୍ଧା ଭୁବନେଶ୍ୱରରେ ୬ଟି ମାଇକ୍ରୋ କଣ୍ଟେନମେଣ୍ଟ କରାଯାଇଛି ବୋଲି କମିଶନର ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.