banner
Breaking

ଆସନ୍ତା ୫ ଦିନ ଝଡ ତୋଫାନ ସହ ବର୍ଷା ହେବ।

0

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଦିନବେଳା ତାତି ସହ ଗରମ ପବନ ଜନଜୀବନକୁ ପ୍ରଭାବିତ କରୁଛି। ତେବେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ଓ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ପବନ ବହିବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିଭଳି ଏହିଦିନ ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ମଧ୍ୟ ଝଡ଼ବର୍ଷା ହେବାକୁ ଥିବାରୁ ଏସବୁ ସ୍ଥାନରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା ନୟାଗଡ଼, ପୁରୀ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ଏଥିସହିତ କୋରାପୁଟ, ଗଜପତି, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ସମସ୍ତ ଜିଲାରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ୫ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, କେନ୍ଦୁଝର, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ୪୦ରୁ ୫୦ କି.ମି. ବେଗରେ ପବନ ସହ ବଜ୍ରପାତ ହେବ। ସେଥିପାଇଁ ଏ ସମସ୍ତ ଜିଲାରେ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ୬ରୁ ୭ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ରେ ୩୦ରୁ ୪୦ କି.ମି. ବେଗରେ ପବନ ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।

Khansweb Solution Bhubaneswar

Leave A Reply

Your email address will not be published.