banner
Breaking

ଆଗାମୀ ୪ ଦିନ କାଳବୈଶାଖି ଓ ଝଡଡ଼ର୍ଷା।

0

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼ ଖୋର୍ଧା, ମୟୂରଭଞ୍ଜ, ବାଲେଶ୍ବର ସମେତ ଭଦ୍ରକ ଜିଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ଉକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଦିଆଯାଇଛି।

ସେହିପରି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡା, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲାରେ ବଜ୍ରପାତ ଆଶଙ୍କା ରହିଛି। ହେଲେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବେଶାଖୀ ପ୍ରଭାବ ଜାରି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.