ପଟ୍ଟାମୁଣ୍ଡାଇ ୫।୧୧(ଓଡ଼ିଆ ନ୍ୟୁଜ) ଘରଭଙ୍ଗା ସହାୟତାରୁ ବାଦ୍ ପଡ଼ିଥିବା ଯୋଗ୍ୟ ଓ ଗରିବ ହିତାଧିକାରୀଙ୍କୁ ଚିହ୍ନଟକରି ସହାୟତା ପ୍ରଦାନ, ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ଓ ନୂତନ ଆବେଦନକୁ ଗ୍ରହଣ କରିବା ଦାବି ନେଇ ମଙ୍ଗଳବାର ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ଆଗରେ ଶତାଧିକ କ୍ଷତିଗ୍ରସ୍ତ ପରିବାର ଆମରଣ ଅନଶନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ବାତ୍ୟା ‘ଫନୀ’ରେ କେନ୍ଦ୍ରାପଡ଼ା ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ଇତିମଧ୍ୟରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ବେ ପ୍ରଶାସନର ନୀରବତାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସହାୟତା ରାଶି ପ୍ରଦାନରେ ଅନିୟମିତତା ଦେଖାଦେଇଛି। ଯୋଗ୍ୟ ହିତାଧିକାରୀଙ୍କ ବଦଳରେ ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେରଖି ପୋଲିସ ମୁତୟନ ହୋଇଛି। ଅନଶନକାରି ତହସିଲଦାରଙ୍କୁ ଦାବିପତ୍ର ଦେବା ସହ ଏହାର ଏକ ନକଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶା ରାଜସ୍ବମନ୍ତ୍ରୀ, କଟକ ଆରଡିସି, କେନ୍ଦ୍ରାପଡ଼ା ଜିଲାପାଳ, ପଟ୍ଟାମୁଣ୍ଡାଇ ଥାନା ଆରକ୍ଷୀନିରିକ୍ଷକ, ପଟ୍ଟାମୁଣ୍ଡାଇ ପୌରପରିଷଦର ନିର୍ବାହୀଅଧିକାରୀ, କେନ୍ଦ୍ରାପଡ଼ା ଉପଜିଲାପାଳଙ୍କ ଗୋଚରାର୍ଥେ ପଠାଯାଇଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
