banner
Breaking

ପିପିଲି ନିର୍ବାଚନ ପାଇଁ ବିଜେଡି, କ°ଗ୍ରେସର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ।

0

ଭୁବନେଶ୍ୱର,୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ଶୁକ୍ରବାର ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛନ୍ତି। ପୂର୍ବରୁ ବିଜେପି ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିସାରିଛି।
ବିଜେଡି:-
ବିଜେଡି ଷ୍ଟାର କ୍ୟାମ୍ପେନର ତାଲିକାର ମୁଖ୍ୟ ଆକର୍ଷକ ଭାବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ରହିଛନ୍ତି। ଏହାସହ ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୭ ମନ୍ତ୍ରୀ ତଥା ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା, ସମୀର ରଞ୍ଜନ ଦାଶ, ସୁଶାନ୍ତ ସିଂ, ନବ କିଶୋର ଦାସ, ଟୁକୁନି ସାହୁ ଏବଂ ତୁଷାରକାନ୍ତି ବେହେରାଙ୍କୁ ଏହି ତାଲିକାରେ ରଖାଯାଇଛି। ସେହିପରି ବିଧାୟକ ଦେବୀ ପ୍ରସାଦ ମିଶ୍ର, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ବିଜେଡିର ପୁରୀ ଜିଲା ସଭାପତି ମହେଶ୍ୱର ମହାନ୍ତି, ପୁରୀ ଏମ୍‌ପି ପିନାକୀ ମିଶ୍ର, ରାଜ୍ୟ ସଭା ସଦସ୍ୟ ମୁଜିବୁଲ୍ଲା ଖାନ୍‌, ବିଧାୟିକା ପ୍ରମିଳା ମଲିକ, ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ଚନ୍ଦ୍ରସାରଥୀ ବେହେରା, ପ୍ରୀତିରଞ୍ଜନ ଘଡାଇ, ପ୍ରଣବ କୁମାର ବଳବନ୍ତରାୟ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାଏ, ଉମାକାନ୍ତ ସାମନ୍ତରାୟ, ଅନନ୍ତ ନାରାୟଣ ଜେନା, ରାଜେନ୍ଦ୍ର କୁମାର ସାହୁ, ଦେବୀ ରଞ୍ଜନ ତ୍ରିପାଠୀ, ବିଜେଡି ନେତା ଆକାଶ ଦାସ ନାଏକ, ଅରିନ୍ଦମ ରାୟ ଏବଂ ବିଭୂତି ବଳବନ୍ତରାୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ଏମାନେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱ ତୁଲାଇବେ ବୋଲି ଦଳ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।
କ°ଗ୍ରେସ:-
ସେହିପରି କଂଗ୍ରେସ ମଧ୍ୟ ଦଳର ହେଭିଓ୍ବେଟ୍‌ମାନଙ୍କୁ ନେଇ ଏକ ୩୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ପ୍ରକାଶିତ ତାଲିକାରେ କଂଗ୍ରେସ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ସମେତ ୮ଜଣ ବିଧାୟକ ସ୍ଥାନ ପାଇଛନ୍ତି। ସେମାନେ ହେଲେ ବିଧାୟକ ଦଳ ନେତା ନରସିଂହ ମିଶ୍ର, ସୁରେଶ କୁମାର ରାଉତରାୟ, ତାରାପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଚନ୍ଦ୍ର ଜେନା, ମହମ୍ମଦ ମୋକିମ, ଅଧିରାଜ ମୋହନ ପାଣିଗ୍ରାହୀ ଏବଂ ସି.ଏସ୍‌. ରାଜନ ଏକ୍କା। ତାଲିକାରେ ଥିବା ଅନ୍ୟ ବରିଷ୍ଠ ନେତାମାନେ ହେଲେ ଭକ୍ତ ଚରଣ ଦାସ, ଜି.ରୁଦ୍ର ରାଜୁ, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝି, ଶରତ ରାଉତ, ବିଶ୍ୱରଞ୍ଜନ ମହାନ୍ତି, ରାଗିଣୀ ନାଏକ, ଜୟଦେବ ଜେନା, ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ବନ୍ଦିତା ପରିଡ଼ା, ସଂଗ୍ରାମ କେଶରୀ ଜେନା, ସ୍ମୃତି ରଞ୍ଜନ ଲେଙ୍କା, ସତ୍ୟପ୍ରକାଶ ନାଏକ ଏବଂ ସାୟିଦ ୟାସିର ନଓ୍ବାଜ ପ୍ରମୁଖ ରହିଛନ୍ତି। ୩ ଦଳର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇବା ପରେ ରବିବାରଠାରୁ ପିପିଲିରେ ପ୍ରଚାର ଆହୁରି ଜୋରଦାର ହେବ ବୋଲି ଜଣାପଡିଛି।

Khansweb Solution Bhubaneswar

Leave A Reply

Your email address will not be published.