ଭୁବନେଶ୍ୱର,୧୧।୨(ବ୍ୟୁରୋ): ବାବା ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡା ସୁରକ୍ଷା ବ୍ୟବସ୍ଥାରେ ଶୁକ୍ରବାର ବାବା ଲିଙ୍ଗରାଜଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ଥିଲେ। ଗର୍ଭଗୃହରୁ ପୂଜାର୍ଚ୍ଚନା ସାରିବା ପରେ ରାଷ୍ଟ୍ରପତି ବେଢା ପରିକ୍ରମା କରିଥିଲେ। ମନ୍ଦିର ବେଢା ପରିସରରେ ଥିବା ବିଭିନ୍ନ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିବା ସହ ମନ୍ଦିରର ଐତିହ୍ୟ ସମ୍ପର୍କରେ ପଚାରି ବୁଝିଥିଲେ। ଏହାପରେ ଦର୍ଶନ ସାରିି ରାଷ୍ଟ୍ରପତି ଫେରିଆସିଛନ୍ତି।

ଲିଙ୍ଗରାଜ ମନ୍ଦିରରେ ରାଷ୍ଟ୍ରପତିଙ୍କ ଦର୍ଶନ ନିମନ୍ତେ ସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା। ମନ୍ଦିରକୁ ଚାରିପଟୁ ସିଲ କରି ଦିଆଯାଇଥିଲା । ମିଳିଥିବା ସୂଚନାନୁଯାୟୀ,ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଟକ ଯିବେ। କଟକ ବିଦ୍ୟାଧରପୁରସ୍ଥିତ ନ୍ୟାଶନାଲ ରାଇସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସରେ ଯୋଗ ଦେବେ ବୋଲି ସୂଚନା ମିଳିଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
