banner
Breaking

ଉଛେଦ ହେଲା ବିଜୁବାବୁଙ୍କ ସ୍ମୃତିସ୍ଥଳୀ।

0

ପୁରୀ,୧୯ ।୧୨(ଓଡ଼ିଆ ନ୍ୟୁଜ): ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା ବିଜୁ ବାବୁଙ୍କ ସ୍ମୃତିସ୍ଥଳ । କାଲି ରାତିରେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଉଚ୍ଛେଦ କରାଯାଇଥିଲା । ସ୍ୱର୍ଗଦ୍ୱାରର ଉନ୍ନତିକରଣ କାର୍ଯ୍ୟ ପାଇଁ ବିଜୁ ସ୍ମୃତିସ୍ଥଳ ଉଚ୍ଛେଦ କରାଯାଇଛି।

ପୂର୍ବରୁ ସ୍ମୃତିସ୍ଥଳ ହଟାଇବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ ହେବ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ । ଫୋଏନିକ୍ସ ଫାଉଣ୍ଡେସନ୍ ସହଯୋଗରେ ଏହି ବିକାଶ କାର୍ଯ୍ୟ କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଜୁ ବାବୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି । ସ୍ୱର୍ଗଦ୍ୱାରରେ ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା ସେ ସବୁ ଏବେ ଓଡି଼ଶାବାସୀଙ୍କ ସେବାରେ ଲାଗିବ ।’

Khansweb Solution Bhubaneswar

Leave A Reply

Your email address will not be published.