banner
Breaking

ସପ୍ତାହରେ ଦୁଇଦିନ ବନ୍ଦ ରହିବ ଶ୍ରୀମନ୍ଦିର।

0

ପୁରୀ , ୧୬।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଏହି ୨ ଦିନ ସାଧାରଣ ଦର୍ଶନାର୍ଥୀ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। ଆସନ୍ତା ୨୪ ତାରିଖଠାରୁ ଏହି କଟକଣା ଲାଗୁ ହେବ। ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
ମହାମାରୀ କରୋନା ଯୋଗୁ ଆଗରୁ କେବଳ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହୁଥିଲା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା, ଏସ୍‌ପି କନୱର ବିଶାଲ ସିଂହ, ଛତିଶା ନିଯୋଗ ମହାନାୟକ, ବିଭିନ୍ନ ସେବାୟତ ନିଯୋଗର ପ୍ରତିନିଧିମାନେ ଯୋଗ ଦେଇଥିଲେ।

Khansweb Solution Bhubaneswar

Leave A Reply

Your email address will not be published.