banner
Breaking

ପୁରୀ ଜିଲ୍ଲା ପାଇଁ କାଳିଆ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

0

ପୁରୀ ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩ କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା ।

Khansweb Solution Bhubaneswar

Leave A Reply

Your email address will not be published.