banner
Breaking

୨୧ ଓ ୨୨ରେ ପ୍ରବଳ ବର୍ଷା।

0

ଭୁବନେଶ୍ୱର,୧୭ା୯(ଓଡ଼ିଆ ନ୍ୟୁଜ): ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ ଓ ୨୨ ତାରିଖରେ ପ୍ରବଳ ବର୍ଷା ହେବ । ୨୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଏବଂ ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୨ତାରିଖରେ ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ବରଗଡ଼, ବୌଦ୍ଧ, ଯାଜପୁର, ଭଦ୍ରକ ଏବଂ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାପାଇଁ ପାଣିପାଗ ବିଭାଗ ରେଡ୍‌ ଓ୍ବାର୍ନିଂ ଜାରି କରିଛି। ଏହି ସମୟରେ ମାଲକାନଗିରି, କୋରାପୁଟ, କନ୍ଧମାଳ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସବୁ ଜିଲାପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.