banner
Breaking

ପୁଣି ଲଘୁଚାପ। ତିନିଦିନ ବର୍ଷିବ

0

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟର ୭ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୨୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ୨୯ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ବର୍ଷା ହେବାର ଆଶଙ୍କା କରାଯାଉଛି। ୩୦ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।

Khansweb Solution Bhubaneswar

Leave A Reply

Your email address will not be published.