banner
Breaking

ଆହୁରି ୩ ଦିନ ବର୍ଷା

0

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । କିଛି ଜିଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ କେତେକ ସ୍ଥାନରେ କୁଆ ପଥର ସହିତ ମଧ୍ୟ ବର୍ଷା ମଧ୍ୟ ହେଉଛି । ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପଶ୍ଚିମା-ଝଡ ସହିତ ଦୁଇଟି ଟ୍ରଫ ଲାଇନ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡିଶାର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତା ୧୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର ଭୁବନେଶ୍ୱରରେ ପାଗ କୋହଲା ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଅପରିବର୍ତ୍ତିତ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.