banner
Breaking

ଦୀପାବଳି ଧୋଇଦେଇ ପାରେ ବର୍ଷା। ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା।

0

ଭୁବନେଶ୍ୱର,୨୨/୧୦ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛ।
ଘୂର୍ଣ୍ଣିବଳୟ ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର । ଜିଲ୍ଲାପାଳମାନଙ୍କୁ ଏନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସ୍ଥିତି ଉପରେ ନଜର ରଖିବା ସହ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି।

ଆଞ୍ଚଳିକ ପାଣିପାଗ ସୂଚନା ଅନୁସାରେ ୨୩ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ, ନୂଆପଡା ଓ ବଲାଙ୍ଗିରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.