banner
Breaking

ରାଜ୍ୟରେ ପ୍ରବଳ ବର୍ଷା ହେବ

0

ଭୁବନେଶ୍ୱର,୯ା୮(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏଥିଯୋଗୁ ଆସନ୍ତା ୧୨ ଘଣ୍ଟା ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ନେଇ ରେଡଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ବେଗରେ ପବନ ବହୁଛି। ବେଳେବେଳେ ଏହା ୬୫ କି.ମି.କୁ ମଧ୍ୟ ବଢିବା ସମ୍ଭାବନା ରହିଛି। ଏହାକୁ ଦଷ୍ଟିରେ ରଖି ଆସନ୍ତା ୧୧ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିସହିତ ରାଜ୍ୟର ସମସ୍ତ ବନ୍ଦରରେ ମଧ୍ୟ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.