banner
Breaking

ରାଜ୍ୟରେ ୭ ତାରିଖ ପର୍ଯ୍ୟନ୍ତ ବର୍ଷା ପବନ।

0

ଭୁବନେଶ୍ୱର, ୪ା୫(ବ୍ୟୁରୋ): ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ। ଏ ନେଇ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ସ୍ଥାନାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏଥିପାଇଁ ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। କିଛି ଜିଲାରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।

Khansweb Solution Bhubaneswar

Leave A Reply

Your email address will not be published.