banner
Breaking

ରାସନକାର୍ଡଧାରୀ ମାନଙ୍କୁ ୩ ମାସ ପାଇଁ ଚାଉଳ ଓ ଡାଲି ମାଗଣା ଦିଆଯିବ।

ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ

0

ଭୁବନେଶ୍ୱର,୧୨/୪(ଓଡ଼ିଆ ନ୍ୟୁଜ) :- କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ ଡାଉନ୍‌ ଜାରି କରାଯାଇଥିବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ଖାଦ୍ୟ ସୁରକ୍ଷା ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ ହିତାଧିକାରୀମାନଙ୍କୁ ମାସକୁ ମୁଣ୍ଡ ପିଛା ୫ କେଜି ଲେଖାଏଁ ଚାଉଳ ବିନାମୂଲ୍ୟରେ ତିନି ମାସ ପାଇଁ ଦିଆଯିବ । ଅପ୍ରଲ୍‌, ମଇ ଓ ଜୁନ୍‌ ମାସ ପାଇଁ ଏହି ଚାଉଳ ବଣ୍ଟନ କରାଯିବ ।

ଚାଉଳ ବଣ୍ଟନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସୁଲଭ ମୂଲ୍ୟ ଦୋକାନ ମାଧ୍ୟମରେ ହିତାଧିକାରୀଙ୍କୁ ଏହି ତିନି ମାସର ଚାଉଳ ସହିତ ପରିବାର ପିଛା ମାସକୁ ୧ କେଜି ହରଡ଼ ଡାଲି ୩ ମାସ ପାଇଁ ବିନାମୂଲ୍ୟରେ ଯୋଗାଇଦେବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ଏଥି ନିମନ୍ତେ ତୁରନ୍ତ ; ଚାଉଳ ଓ ଡାଲି ଉଠାଣ ଓ ପରିବହନ ପାଇଁ ନିର୍ଦ୍ଦେଶ ଦିଆ ଯାଇଛି । ଏହି ଯୋଜନାରେ ରାଜ୍ୟର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ୧ ଲକ୍ଷ ୧୬ ହଜାର ୭ ପରିବାରର ୩ ଲକ୍ଷ ୭୮ ହଜାର ୮୨୯ ଜଣ ହିତାଧିକାରୀ ଉ ପକୃତ ହେବେ । ସେହି ପରି ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ ୮୦ ଲକ୍ଷ ୨୬ ହଜାର ୩୭୫ଟି ପରିବାରର ୨ କୋଟି ୮୬ ଲକ୍ଷ ୬ ହଜାର ୨୩୯ ଜଣ ହିତାଧିକାରୀ ଏବଂ ଅନ୍ତଦ୍ୟୋୟ ଅନ୍ନ ଯୋଜନାର ୧୨ ଲକ୍ଷ ୫୯ ହଜାର ୧୮୧ଟି ପରିବାରର ୩୮ ଲକ୍ଷ ୬୪ ହଜାର ୨୬୦ ଜଣ ହିତାଧିକାରୀ ଉପକୃତ ହେବେ । ହିତାଧିକାରୀଙ୍କୁ ମାସକୁ ମୁଣ୍ଡ ପିଛା ୫ କେଜି ଲେଖାଏଁ ଚାଉଳ ତିନି ମାସ ପାଇଁ ବିନା ମୂଲ୍ୟରେ ଯୋଗାଇ ଦିଆଯିବ । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ପକ୍ଷରୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଯୋଗ୍ୟ ରାସନକାର୍ଡଧାରୀମାନଙ୍କୁ ୩ ମାସ ପାଇଁ ଯୋଗାଇ ଦିଆଯାଉଥିବା ଚାଉଳ ସହିତ ଅତିରିକ୍ତ ଭାବେ ଏହି ଚାଉଳ ଓ ଡାଲି ମାଗଣାରେ ଦିଆଯିବ ।

Khansweb Solution Bhubaneswar

Leave A Reply

Your email address will not be published.