banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆପଣ ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ପାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ । ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି ହେବ ।

ବୃଷ:-ଆଜି ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ କିନ୍ତୁ ସମ୍ମୁଖରେ କିଛି ବିି କହିପାରିବେ ନାହିଁ । ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି ।

ମିଥୁନ:-ଆଜି ପ୍ରତ୍ୟେକ କଥାକୁ କୌଶଳରେ ସାଧନ କରିପାରିବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହେବେ । ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ପଡ଼ିପାରେ ।

କର୍କଟ:-ଆଜି କର୍ମକ୍ଷେତ୍ରକୁ ସମସ୍ୟାବହୁଳ କରିପାରନ୍ତି । ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ । ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନବଳାଇ ଖୁସି ହେବେ ।

ସି˚ହ:-ଆଜି ସହଯୋଗ ଅଭାବରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି । ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିପାରନ୍ତି ।

କନ୍ୟା:-ଆଜି ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି । ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲିମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ । ହଠାତ୍‌ ଜଣେ ବନ୍ଧୁଙ୍କ ଟାଣକଥାକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ ।

ତୁଳା:- ଆଜି ମନର ଭାବନାକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ । କୌଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି ।

ବିଛା:-ଆଜି ଅଧିକ ଖର୍ଚ୍ଚାନ୍ତ ମାନସିକ ଅସ୍ଥିରତା ସୃଷ୍ଟି କରିବ । ମିଠାକଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହୋଇପାରନ୍ତି । ନିଜ ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ । ପୂର୍ଣ୍ଣ ଭରସାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡ଼ିପାରେ ।

ଧନୁ:-ଆଜି ବିଭିନ୍ନ ପ୍ରକାର ନକାରାତ୍ମକ ଚିନ୍ତାଧାରା ମନକୁ ବ୍ୟତିବ୍ୟସ୍ତ କରାଇପାରେ । ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିପାରିବେ ନାହିଁ । କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ ।

ମକର:-ଆପଣଙ୍କର ଅଟକି ରହିଥିବା କାର୍ଯ୍ୟର ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବାରୁ ମନ ଏକ ପ୍ରକାର ଖୁସି ରହିବ । ଚତୁର୍ଥାଧିପ କର୍ମଭାବସ୍ଥ ଯୋଗୁ ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ । ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି ।

କୁମ୍ଭ:-ଆଜି କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଘର ପାଇଁ ପ୍ରଶଂସା ପାଇବା ତେଣେ ଥାଉ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଅସୁବିଧାର କାରଣ ହୋଇପାରେ ।

ମୀନ:-ଆଜି ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । କିନ୍ତୁ ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଅଫିସରେ କିମ୍ବା ବାନ୍ଧବୀଙ୍କ ଗହଣରେ କିଛି ସମୟ କଟାଇପାରନ୍ତି। ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିପାରନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.