banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗଟି ଅନୁକୂଳ ରହିଲେ ମଧ୍ୟ ସାମାନ୍ୟ ବ୍ୟତିକ୍ରମ ମଧ୍ୟ ପରିଲକ୍ଷିତ ହୋଇପାରେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ପାଇ ବିସ୍ମିତ ହୋଇପାରନ୍ତି । ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ହଠାତ୍‌ ବଦଳିଯିବ ।

ବୃଷ:-ଆଜି ସହକର୍ମୀଙ୍କ ସହ ମତାନ୍ତର ଘଟିବାର ସମ୍ୟକ୍‌ ସୂଚନା ରହିଛି । ପରିବାର ସକାଶେ ଆକସ୍ମିକ ଆବଶ୍ୟତା କାରଣରୁ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢାଇ ଦେବ । କେତେକ କାରଣକୁ ନେଇ ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ।

ମିଥୁନ:-ଆଜି ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇବେ । କର୍ମକ୍ଷେତ୍ରରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି ଓ ତାହାଙ୍କ ସାହାଯ୍ୟ ମଧ୍ୟ ପାଇବେ। ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।

କର୍କଟ:-ଆଜି ପରିବାରର କେତେକ ବ୍ୟତିକ୍ରମ କଥାକୁ ନେଇ ଚିନ୍ତିତ ରହିବେ । ଅଧସ୍ତନ କର୍ମଚାରୀ ଜଣେ କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି କଳହର ମାତ୍ରାକୁ ବଢାଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ ତଥା ଚଳଚ୍ଚିତ୍ର, ସାମ୍ବାଦିକତା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।

ସି˚ହ:-ଆପଣ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ଅନ୍ୟମାନଙ୍କ ପରାମର୍ଶକୁ ଗ୍ରହଣ କରିବା ଭଲ ହେବ । ବୃହସ୍ପତିଙ୍କ ଦୁର୍ବଳତା କାରଣରୁ ପିଲା ମାନଙ୍କୁ କେନ୍ଦ୍ରକରି କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଅନ୍ୟମାନେ ଶତ୍ରୁତା କଲେ କିଛି ସିନା କରିପାରିବେ ନାହିଁ। ଆତ୍ମୀୟମାନଙ୍କ ସକାଶେ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ।

କନ୍ୟା:-ଅତୀତର କୌଣସି ଘଟଣାବଳୀକୁ କେନ୍ଦ୍ରକରି ମନରେ ଅନାଗତ ଭୟ ଓ ଆଶଙ୍କା ସୃଷ୍ଟି ହେବ । ସପ୍ତମାଧିପତି ନୀଚସ୍ଥ କାରଣରୁ ବ୍ୟବସାୟ,ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ଆଶଙ୍କା ରହିଛି । ଗୃହ ସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି ।

ତୁଳା:-ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ଦୃଷ୍ଟିକୋଣ ବଦଳି ଯାଇପାରେ । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବା ପରି ଆଶଙ୍କା ଦେଖାଦେବ । ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଫେରିବା ସମୟରେ ଘରକୁ ବରାଦ ମୁତାବକ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି ।

ବିଛା:-ରାଶିରେ ଦୁର୍ବଳଚନ୍ଦ୍ର ପ୍ରଭାବରୁ ଦୁର୍ଭାବନା ଜନିତ ଅଭାବ ଅସୁବିଧା ନ ଥିଲେ ମଧ୍ୟ ମନଟା ଗୋଳେଇଘାଣ୍ଟି ଲାଗିବ । ପୁନଶ୍ଚ ଏହାସଙ୍ଗକୁ ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ମଧ୍ୟ ବଳିପଡ଼ିବ । ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ଲୋକକୁ ପରଖି ଯାହା କରିବା କଥା କହିବା ଓ କରିବା ଭଲ ହେବ ।

ଧନୁ:-ଆପଣ ଜମା ଅଭାବ ଅନୁଭବ କରିପାରିବେ ନାହିଁ, ଯେତେବେଳେ ଯାହା ଚାହିଁବେ ତାହା ପାଇପାରିବେ । ଗଣ ଯୋଗାଯୋଗ, ସାମ୍ବାଦିକତା, ଆମଦାନୀ କାରବାର,ପନିପରିବା ଦୋକାନୀ, ହୋଟେଲ ମାଲିକମାନେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସୀ ରହିବେ ।

ମକର:-ଘର ଲୋକ ହୁଅନ୍ତୁ କିମ୍ବା ବାହାର ଲୋକ ହୁଅନ୍ତୁ, ସଭିଏ ଆପଣଙ୍କ କଥାକୁ ମାନି ଚଳିବେ । କେତେକ କ୍ଷେତ୍ରରେ ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି । ସହକର୍ମୀ କିମ୍ବା ଆତ୍ମୀୟ ସ୍ବଜନଙ୍କଠାରୁ ସାୟାହ୍ନରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।

କୁମ୍ଭ:-ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାର ବହୁ ସମ୍ଭାବନା ରହିଛି । ବିନା ଖର୍ଚ୍ଚରେ କିମ୍ବା ସରଳ ଓ ସହଜରେ କୌଣସି କାମ ହାସଲ କରିବା ଆଜି ଦୁରୂହ ହୋଇପଡ଼ିବ । ପରିବାରରେ କାହାର ସ୍ବାସ୍ଥ୍ୟହାନି କାରଣରୁ ମନ ସ୍ଥିର ରହି ପାରିବ ନାହିଁ । ଅବଶ୍ୟ ବନ୍ଧୁମାନଙ୍କ ସହାୟତା ନେଇ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ।

ମୀନ:-କେତୁଙ୍କ କୁପ୍ରଭାବରୁ କର୍ମକ୍ଷେତ୍ର ସକାଶେ ସାମୟିକ ଚିନ୍ତିତ ରହିବେ କିନ୍ତୁ ପରକ୍ଷଣରେ ସବୁ କିଛି ଠିକ୍‌ ହୋଇଯିବ । ଶିକ୍ଷା, ସନ୍ତାନ, ଅଧ୍ୟୟନ, ଅଧ୍ୟାପନା, ଆଲୋଚନା ପାଇଁ ପ୍ରକୃଷ୍ଟ ଦିନଟିଏ କହିଲେ ଅତ୍ୟୁକ୍ତି ହେବ ନାହିଁ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢାରେ ସମସ୍ୟା ସମାଧାନ ହୋଇଯିବ ।

Khansweb Solution Bhubaneswar

Leave A Reply

Your email address will not be published.