banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ମିଳିବା କଷ୍ଟକର ହୋଇପାରେ। କଷ୍ଟ ସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସହାନୁଭୂତି ପ୍ରଦାନକରି ଆମତ୍ସନ୍ତୋଷ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ।

ବୃଷ:-ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବେ। ବନ୍ଧୁଙ୍କ କାର୍ଯ୍ୟକଳାପ ମନରେ ଦୁଃଖ ଦେଇପାରେ, କିନ୍ତୁ କିଛି କହିପାରିବେ ନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡାର ସମ୍ଭାବନା ରହିଛି। ପାରିବାରିକ ସ୍ତରର ଏମିତି କେତେକ କଥା ରହିଛି ।

ମିଥୁନ:-ଆଜି କଠିନ ପରିଶ୍ରମଜନିତ ଆଜି ଅପରାହ୍ନରେ ଦେହଟା ଟିକିଏ ଭଲ ଲାଗି ନ ପାରେ। ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି।

କର୍କଟ:-ଆଜି ଅତି ବିଶ୍ୱସ୍ତ ଲୋକ ଠାରୁ କୌଣସି ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ଖୁସୀ ହେବେ। ଆବଶ୍ୟକୀୟ ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ସମସ୍ୟା ବହୁଳ ରହିବ।

ସି˚ହ:-ଆଜି ଧନହାନି କିମ୍ବା ଅର୍ଥନୈତିକ ଅପରାଧରେ ଦୋଷୀ ହୋଇପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ।

କନ୍ୟା:-ଦୁର୍ବଳତା କାରଣରୁ ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି କାର୍ଯ୍ୟକୁ ସ୍ଥଗିତ ରଖିପାରନ୍ତି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡିମୋଟର ସମ୍ପର୍କିତ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣ କଥାକୁ କେନ୍ଦ୍ର କରି ଝଗଡା ଲାଗିପାରେ।

ତୁଳା:-ନିଜର ଲୋକମାନେ ପୂର୍ବରାଗ ସ୍ମରଣକରି ଦାଉ ସାଧିପାରନ୍ତି। ଆଜି କୌଣସି ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କ ଦ୍ୱାରା ସ୍ଥଗିତ କର୍ମ ସମ୍ପାଦନ କରିବେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି।

ବିଛା:-ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜିର କାମ ଗୁଡିକ ସମ୍ପନ୍ନ କରିବାରେ ସମର୍ଥ ହେବେ। ଅନ୍ୟ ମାନଙ୍କ ଉପରେ ପୂର୍ଣ୍ଣ ଭରସାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡିପାରେ। ଅନୁରାଧା ନକ୍ଷତ୍ର ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶଙ୍କାଗ୍ରସ୍ତ ହୋଇପାରନ୍ତି।

ଧନୁ:-କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ନିଜର ଲୋକମାନଙ୍କ ସହ ଯୁକ୍ତି ତର୍କବିତର୍କର ସମ୍ମୁଖୀନ ହେବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସାବଧାନତା ଅବଲମ୍ବନ କରନ୍ତୁ, ନତୁବା ପରେ ବେଶି ହଇରାଣ ହୋଇପାରନ୍ତି।

ମକର:-ଅତୀତକଥାର ଆଲୋଡନ ଦ୍ୱାରା ଅଟକି ରହିଥିବା କାର୍ଯ୍ୟଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଯେଉଁ କାମରେ ଯାଉଛନ୍ତି ସେଠାରୁ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।

କୁମ୍ଭ:-ପ୍ରଶଂସା ପାଇବା ତେଣେଥାଉ ଅନ୍ୟମାନେ ଦୋଷ ଖୋଜିବେ। ଆଜିର ପ୍ରତ୍ୟୁଷଯାତ୍ରା, ପ୍ରଶାସନିକ କାର୍ଯ୍ୟ, ଆଇନଅଦାଲତ ତଥା କଳାସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ।

ମୀନ:-ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଉତ୍ତରଭାଦ୍ରପଦ ନକ୍ଷତ୍ରର ଭୁଲ୍‌ ବୁଝାମଣା ହେତୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବ୍ୟକ୍ତିଙ୍କ ଗହଣରେ କିଛି ସମୟ କଟାଇପାରନ୍ତି। ବ୍ୟବସାୟ, ପରିବହନ,ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

Khansweb Solution Bhubaneswar

Leave A Reply

Your email address will not be published.