banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଦ୍ୱିଜାର ଫାଇଦା ହାସଲ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।

ବୃଷ:-ଆଜି ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହା କି ଶତ୍ରୁତା ସୃଷ୍ଟି କରିପାରେ। ରୋହିଣୀର ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ପରିବହନରେ ସାଧାରଣ କଥାରେ ଝଗଡା କିମ୍ବା ତତ୍‌ଜନିତ ସମସ୍ୟାର ଆଶଙ୍କା ରହିଛି।

ମିଥୁନ:-ଆଜି ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସୀ ରହିବେ। ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭକାମନାରୁ ଖୁସୀ ରହିବେ।

କର୍କଟ:-ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପୁଷ୍ୟା ନକ୍ଷତ୍ରର ସଭାସମିତିରେ ତର୍କ ବୃଦ୍ଧି ପାଇବା କାରଣରୁ ଆଲୋଚନା ଅମୀମାଂସିତ ରହିବ। ନିର୍ମାଣ କିମ୍ବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମନ ଖୁସୀ ହୋଇଯିବ।

ସି˚ହ:-ଆଜି ସ୍ଥଗିତ କାମଗୁଡିକୁ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ,ସୁନ୍ଦର କରିବାରେ ସହାୟକ ହେବ। ଉତ୍ତରାଫାଲଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।

କନ୍ୟା:-ଆଜି ବ୍ୟବସାୟିକ ସ୍ଥିତି ବିଶେଷ ଭଲ ରହିବ। ଭୁଲ୍‌ ବୁଝାମଣା ହେତୁ ଆତ୍ମୀୟମାନଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖର ମାତ୍ରାକୁ ବଢାଇଦେଇପାରେ। ହସ୍ତା ନକ୍ଷତ୍ର ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।

ତୁଳା:-ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ସ୍ବାତୀ ସକାଶେ ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିବ। ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତ ଅନୁଭବ କରିବେ।

ବିଛା:-ଆଜି ସବୁ କାମଗୁଡିକ ସମ୍ପନ୍ନ ହେବାରୁ ମନ ଏକ ପ୍ରକାର ଖୁସୀ ହୋଇଯିବ। ଧ୍ୟୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।

ଧନୁ:-ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କିଛି ସମୟ ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡିବେ। ମୂଳା ନକ୍ଷତ୍ର ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁଙ୍କ ସହ ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।

ମକର:-ଆଜି ବିଭିନ୍ନ ପରିସ୍ଥିତି କଥା ଚିନ୍ତା କରି ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିଯାଇପାରେ। ଆକସ୍ମିକ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ,ଏହି କାରଣରୁ ପାଖ ମାଡିବେ ନାହିଁ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।

କୁମ୍ଭ:-ଆପଣ ଆବଶ୍ୟକ ମନେ କରୁଥିବା ଅର୍ଥ ପାଇବେ ଏବଂ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରି ପାରିବେ। ପୂର୍ବଭାଦ୍ରବ ନକ୍ଷତ୍ର ଜାତବ୍ୟକ୍ତିମାନେ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇ ଦେଇପାରେ।

ମୀନ:-ଆଜି ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁମାନଙ୍କର ଭୂମିକା ଅବିସ୍ମରଣୀୟ ରହିବ। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ ଏବଂ ସହଯୋଗର ନିରର୍ଥକ ମନେହେବ।

Khansweb Solution Bhubaneswar

Leave A Reply

Your email address will not be published.