ମେଷ: ଆକସ୍ମିକଭାବେ ଧନପ୍ରାପ୍ତ ହେବେ। ବ୍ୟୟ ବୃଦ୍ଧିର ସମ୍ଭାବନା ଅଛି। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଉପୁଜି ପାରେ। ସୁଭାଷୀ ଓ ସୁବକ୍ତା ହୋଇପାରନ୍ତି। ରାଜଯୋଗ ପ୍ରାପ୍ତ ହେବେ।
ବୃଷ: ପଦୋନ୍ନତି ପାଇବା ପାଇଁ ବିଶେଷ ପଦକ୍ଷେପ ନେଇ ପାରନ୍ତି। ଆୟ ବୃଦ୍ଧିର ସମ୍ଭାବନା ଅଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ କୃପା ମିଳିବ।
ମିଥୁନ: ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିପାରନ୍ତି। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
କର୍କଟ: ଚେଷ୍ଟାକରି ଜଞ୍ଜାଳ ଏଡ଼ାଇପାରନ୍ତି। ପରୋପକାରୀ ହେବେ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ।
ସିଂହ: ସମସ୍ୟା ବଢ଼ିବାକୁ ଲାଗିବ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସର୍ଦି-କଫରେ ପୀଡିତ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
କନ୍ୟା: ଅଭାବ ଦୂରେଇ ଯିବ। ବିଭିନ୍ନ ଦିଗରୁ ସହଯୋଗ ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଗ୍ରହଣ ଯୋଗ୍ୟ ହେବ। ପତ୍ନୀ ସୁଶୀଳା, ମନୋରମା ବ୍ୟକ୍ତିବିଶେଷ ହେବେ।
ତୁଳା: ଦୁଃଖପୂର୍ଣ୍ଣ ବାର୍ତ୍ତା ମିଳିପାରେ। ଶତ୍ରୁ ଉପରେ ନିଜର ରଖିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ।
ବିଛା: କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ସମ୍ମାନକୁ ଜଗି ଚଳିଲେ ସମସ୍ତଙ୍କର ପ୍ରିୟପାତ୍ର ହେବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଭାବେ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ସୁଖ ମିଳିବ।
ଧନୁ: ଯାହା ଭାବୁଛନ୍ତି ଅପେକ୍ଷା ନ କରି ତୁରନ୍ତ କାର୍ଯ୍ୟ କଲେ ସଫଳତା ମିଳିବ। ମନୋବଳ ଦୃଢ଼ ରହିବ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମକୁ ଆଦରି ନେବେ। ବ୍ୟକ୍ତିତ୍ୱ ବିକଶିତ ହେବ। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ହେବେ। ବୁଦ୍ଧିମାନ ହେବେ।
ମକର: ପରର ଉପକାର କରିବାକୁ ଯାଇ ନିନ୍ଦିତ ହୋଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ପୀଡ଼ା ଉପୁଜି ପାରେ।
କୁମ୍ଭ: ବ୍ୟବସାୟରେ ଲାଭବାନ୍ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ।
ମୀନ: ଆପଣଙ୍କୁ ଆବଶ୍ୟକ ସହଯୋଗ ମିଳିପାରେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।
Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
