banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ,ବନ୍ଧୁ ମିଳନ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ଅନ୍ତରଙ୍ଗ ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।

ବୃଷ:-ଆଜି ବନ୍ଧୁଙ୍କ ସହ ଅର୍ଥସମ୍ପର୍କୀୟ ବିବାଦ ଦେଖାଦେଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। କଳା, ସାହିତ୍ୟ, ଆଧ୍ୟାତ୍ମିକ ସଭା ସମିତିରେ ସମ୍ମାନିତ ହେବେ।

ମିଥୁନ:-ଆଜି ନିଜ କାମ ପଛକୁ ପକାଇ ଅସୁବିଧାରେ ଥିବା ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ସାଧାରଣ ଘଟଣାକୁ ଅତିରଞ୍ଜିତ କରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ମିଥୁନ ଓ ଧନୁରାଶି ପାପଯୁକ୍ତ ହେତୁ ବିବାଦୀୟ ଘଟଣା କିମ୍ବା ମାଲିମକଦ୍ଦମା ଅମୀମାଂସୀତ ରହିବ।

କର୍କଟ:-ଆଜି ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି। ଚନ୍ଦ୍ରମୁଖଭାବସ୍ଥ ଯୋଗୁଁ ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ଖୁସୀ ରହିବେ। ଦୀର୍ଘଦିନର ଟେନସନ୍‌ କମିଯିବ, ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।

ସି˚ହ:-ଆଜି ବ୍ୟୟବହୁଳତା ସଙ୍ଗକୁ ଦୂରଯାତ୍ରା ପାଇଁ ରାସ୍ତା ଉନ୍ମୁକ୍ତ କରିପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପାରିବାରିକ ସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।

କନ୍ୟା:-ଆଜି ବାରମ୍ବାର ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ। ହସ୍ତା ନକ୍ଷତ୍ରକୁ ନିକଟ ସମ୍ପର୍କୀୟମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ବହୁତ ଦିନରୁ ଅଟକି ରହି ଯାଇଥିବା ଅର୍ଥ ଲାଭରୁ ଖୁସୀ ରହିବେ।

ତୁଳା:-ଆଜି ସ୍ଥଗିତ କାମସକାଶେ ଅନ୍ୟର ସାହାଯ୍ୟ ଲୋଡିବାକୁ ବାଧ୍ୟ ହେବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ପ୍ରତିବନ୍ଧକ ଲାଗି ରହିବ। ବିଶାଖା ନକ୍ଷତ୍ର ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।

ବିଛା:-ଅନ୍ୟମନସ୍କତାଜନିତ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ବନ୍ଧୁମାନଙ୍କ ଗହଣରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ବାଧ୍ୟହୋଇପାରନ୍ତି।

ଧନୁ:-ଆଜି ବିଭିନ୍ନ ବିଷୟରେ ଚିନ୍ତାକରି ମନଟା ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ଅଶାନ୍ତିକୁ ନିମନ୍ତ୍ରଣ କରିପାରେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କେତୁଗ୍ରହ ଯୁକ୍ତ ବୃହସ୍ପତିଜନିତ ଦୈହିକ ଦୁର୍ବଳତା ମାନସିକ ସ୍ଥିତିକୁ ନିରୁତ୍ସାହିତ କରିବ।

ମକର:-ଆପଣ ଚେଷ୍ଟା କରୁଥିବା କାମରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ପଡୋଶୀ କେହି ପ୍ରତିବାଦ କରି ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି। ଶିକ୍ଷା, ପରୀକ୍ଷା, ସନ୍ତାନ, ଲେଖାପଢା, ଆଲୋଚନା ଓ ସଭାସମିତି କ୍ଷେତ୍ରରୁ ପ୍ରଶଂସିତ ହେବେ।

କୁମ୍ଭ:-ଆଜି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଆକସ୍ମିକ ଯାତ୍ରା କରିବାକୁ ପଡିପାରେ। ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ସରକାରୀ କାମରେ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି।

ମୀନ:-ଉପରିସ୍ଥଙ୍କ ସାହାଯ୍ୟରୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସଙ୍ଗକୁ ଟେନସନ୍‌ କମିଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ପରୋକ୍ଷ ଶତ୍ରୁତା କାରଣରୁ ସମସ୍ୟା ଆସିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ।

Khansweb Solution Bhubaneswar

Leave A Reply

Your email address will not be published.