banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।

ବୃଷ:-ଆଜି କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପ୍‌ରୁ ପ୍ରଶଂସିତ ହେବେ। ସାଂଗଠନିକ କ୍ଷେତ୍ରରେ ଖୋଲା ମନ ନେଇ କାମ କରି ସମ୍ମାନିତ ହେବେ।

ମିଥୁନ:-ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବାର ସୂଚନା ରହିଛି। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକାର ଭଲ ରହିବ। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।

କର୍କଟ:-ଆଜି କାର୍ଯ୍ୟବ୍ୟସ୍ତତା ମଧ୍ୟରେ ରହି ନିଜର ଖାଇବା ପିଇବା ମଧ୍ୟ ଭୁଲିଯିବେ। ଘରଲୋକଙ୍କୁ ଅବିଶ୍ୱାସ କରିବା ସଙ୍ଗକୁ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କଚେରୀ ମାମଲାରେ ଟେନସନ୍‌ ଦୂର ହେବ।

ସି˚ହ:-ଆଜି କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ଅଫିସ୍‌ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଜଣେ ବନ୍ଧୁ ଆର୍ଥିକ ସହାୟତାରେ କାମ ହାସଲ କରିପାରିବେ।

କନ୍ୟା:-ଆଜି ଅର୍ଥଲାଭ କାରଣରୁ ଅଟକି ରହିଥିବା ଆପଣଙ୍କ କାମ ସୁବିଧାରେ ହୋଇଯିବ। ବିଦେଶଯାତ୍ରାର ସୁଯୋଗ ପାଇଲେ ମଧ୍ୟ ପରିସ୍ଥିତିବଶତଃ ଯିବା କାଠିକର ପାଠ ହେବ। ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।

ତୁଳା:-ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବାରୁ ଖୁସୀ ହେବେ। କିନ୍ତୁ କର୍ମକ୍ଷେତ୍ରରେ କିଛିନା କିଛି କାରଣକୁ ନେଇ ଟେନ୍ସନ ଲାଗିରହିବ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। କଳା, ସାହିତ୍ୟ, ରାଜନୀତି, ସାମ୍ବାଦିକତାରେ ଶୁଭଫଳ ପାଇବେ।

ବିଛା:-ଆଜି ସାଧାରଣ କଥାରେ ବିରକ୍ତି ପ୍ରକାଶ କରିବା ଦ୍ୱାରା ତାହା ନିଜ ପାଇଁ ଅନିଷ୍ଟକର ପରିସ୍ଥିତି ସୃଷ୍ଟି କରିପାରେ। କୌଣସି କାମରେ ବନ୍ଧୁମାନଙ୍କୁ ସାହାଯ୍ୟ କରି ମଧ୍ୟ ପରକ୍ଷଣରେ ନିନ୍ଦିତ ହୋଇପାରନ୍ତି। ସଂଗଠନ, ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ।

ଧନୁ:-ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମକୁ ଅଣହେଳା କରିପାରିବେ ନାହିଁ। ମନ ଭଲ ନ ରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।

ମକର:-ବହୁତ ଦିନରୁ ରହିଯାଇଥିବା ବକେୟା ଟଙ୍କା ଆଜି ଅପରାହ୍ନରେ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି। ସ୍ବାର୍ଥସାଧନ ସକାଶେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।

କୁମ୍ଭ:-ଆଜି ପାରସ୍ପରିକ ସହମତି ମଧ୍ୟରେ ପରିବାରରେ ସୁଖ ଶାନ୍ତି ଫେରି ଆସିବ। ଭଲ ସମ୍ପର୍କ ରଖୁ ନ ଥିବା ବ୍ୟକ୍ତିମାନଙ୍କ ନିକଟରୁ ଯଥାସମ୍ଭବ ଦୂରେଇ ରହିବା ଭଲ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ମୁଣ୍ଡବ୍ୟଥାର କାରଣ ହୋଇପାରେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ।

ମୀନ:-ଆଜି କର୍ମକ୍ଷେତ୍ରର କୌଣସି ନିକଟତମ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।

Khansweb Solution Bhubaneswar

Leave A Reply

Your email address will not be published.