banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ପ୍ରଶାସନିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ସକାଳୁ ସକାଳୁ ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗ ଜନିତ କାର୍ଯ୍ୟ ହାସଲ ନ ହେବା କାରଣରୁ ଚିନ୍ତିତ ହେବେ।

ବୃଷ:-ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ। କାଶ,କଫଜନିତ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ, ମିତ୍ର ବନ୍ଧୁରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।

ମିଥୁନ:-ଆଜି କାର୍ଯ୍ୟସିଦ୍ଧି ହେତୁ ସାମୟିକ ଆନନ୍ଦ ଅନୁଭବ କରିବେ। ପରିବାର ସକାଶେ ଧାରକରଜ କରି ଆବଶ୍ୟକତାକୁ ପୂରଣ କରିବେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁ ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ଶେଷ ମୁହୂର୍ତ୍ତରେ ନାସ୍ତିବାଣୀ ଶୁଣାଇପାରନ୍ତି।

କର୍କଟ:-ଦୂରଦର୍ଶିତା ଓ ସହଯୋଗୀ ମନୋବୃତ୍ତି କାରଣରୁ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରିବ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ବାକ୍‌ ଅସଂଯମତା ନେଇ ସୁସମ୍ପର୍କ ବ୍ୟାହତ ହୋଇପାରେ।

ସି˚ହ:-ଆଜି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ନେଇ ବ୍ୟସ୍ତ ହୋଇପାରନ୍ତି।

କନ୍ୟା:-ଆଜି ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ସରକାରୀ ସ୍ତରରୁ ହଠାତ୍‌ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।

ତୁଳା:-ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମସବୁ ଠିକ୍‌ ଠିକ୍‌ ହୋଇଯିବ। ତଥାପି କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ବିବାଦୀୟ ମନ୍ତବ୍ୟ ଦେଇପାରନ୍ତି। ଯାନ୍ତ୍ରିକତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।

ବିଛା:-ଆଜି ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପାରିବାରିିକ ସମସ୍ୟାର ସରଳ ସମାଧାନ ହେବ। ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଲାଭକରି ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ ହେବେ। କୌଣସି ବ୍ୟକ୍ତିଗତ କାର୍ଯ୍ୟ ସକାଶେ ସାମାଜିକ ସ୍ତରରେ ସମାଲୋଚିତ ହୋଇପାରନ୍ତି। ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।

ଧନୁ:-ଆଜି ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପ୍ରକାଶନ, ସାମ୍ବାଦିକତା, ଏଜେନ୍ସିପ୍‌ ଏବଂ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ତର୍କ ଓ ବିବାଦଜନିତ ବନ୍ଧୁଙ୍କ ସହ ସମ୍ପର୍କ ହାନି ନେଇ ଚିନ୍ତାପ୍ରକଟ କରିବେ। ସନ୍ଧ୍ୟା ସମୟରେ ସାମାନ୍ୟ ଶାରୀରିକ ଅସୁସ୍ତି ଅନୁଭବ କରିପାରନ୍ତି।

ମକର:-ଆଜି ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଏଣେ ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବାକୁ ପଡ଼ିବ। ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।

କୁମ୍ଭ:-ଆଜି ଆପଣ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ। ଆଲୋଚନା ପରିସରରେ ବନ୍ଧୁଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ। ଜଣେ ବନ୍ଧୁଙ୍କ ନିକଟରୁ ଅର୍ଥ ପାଇବାକୁ ପ୍ରତିଶ୍ରୁତି ପାଇପାରନ୍ତି।

ମୀନ:-ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନକ ଦୁଃଖ ଅନୁଭବ କରିପାରନ୍ତି। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

Khansweb Solution Bhubaneswar

Leave A Reply

Your email address will not be published.