banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ । ଆଜିର ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିଯିବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ବୃଷ:-ଆଜି କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ । ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ନୂତନ ଯୋଜନାରମ୍ଭରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି ।

ମିଥୁନ:-ଆଜି କର୍ମକ୍ଷେତ୍ରରେ ସହମତି ଭିତ୍ତିରେ ଆଲୋଚନା କଲେ ଅବଶ୍ୟ କାମ ହେବାର ସମ୍ଭାବନା ସୃଷ୍ଟିହେବ । ଅଫିସ୍‌ କାମରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । କୌଣସି ବନ୍ଧୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ ।

କର୍କଟ:-ଆଜି ସହକର୍ମୀଙ୍କ ସହଯୋଗରେ କୌଣସି ବଡ କାମଟିଏ କରି ପାରିଥିବାରୁ ଆମତ୍ତୃପ୍ତି ଲାଭ କରିବେ । କିନ୍ତୁ ଆକସ୍ମିକ ଭାବରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁଁ ବିଚଳିତ ହୋଇପାରନ୍ତି । ଦୂରଯାତ୍ରା କାଳରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ ।

ସି˚ହ:-ଆଜି କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି । ଜଣେ ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

କନ୍ୟା:-ଆଜି ଆପଣଙ୍କର କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କିନ୍ତୁ ଘରେ ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ପରିବାରରେ ଅଶାନ୍ତି ଦୂର ହେବ, ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ବାଣିଜ୍ୟ, ବ୍ୟବସାୟ ତଥା ବିବାଦୀୟ ଘଟଣାରେ ବିଜୟୀ ହେବେ ।

ତୁଳା:-ଆଜି ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।  କୌଣସି ମହିଳାଙ୍କ ଅନୁକମ୍ପାମୂଳକ ସାହାଯ୍ୟ ଦ୍ୱାରା ଉପକୃତ ହୋଇପାରନ୍ତି ।  ବନ୍ଧୁମାନେ ସହଯୋଗ କାରଣରୁ ଶତ୍ରୁମାନେ କିଛି କରିପାରିବେ ନାହିଁ ।  ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ବିଛା:-ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ ।  ଏପରି କି ଆପଣ ଅଫିସ୍‌ କାମରେ, ପ୍ରଶାସନିକ ସ୍ତରରେ, ସଭାସମିତିରେ ତଥା ଶିଳ୍ପ, ବାଣିଜ୍ୟ, ମାନମାନାନ୍ତର ଦେଖା ଦେଇପାରେ ।  ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ ।

ଧନୁ:-ସକାଳୁ ସକାଳୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ ।  ନୂତନ ଅଫିସ୍‌ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି ।  ପାଖ, ପଡୋଶୀଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ ।  ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ ।

ମକର:-ବହୁତ ଦିନ ହେଲା ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ଆଜି ହାଲୁକା ଅନୁଭବ କରିବେ ।  ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କତାର ସହ କାମ ନ କଲେ ଅସୁବିଧାରେ ପଡିପାରନ୍ତି ।  ବିଭିନ୍ନ ପ୍ରକାରର ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ ।

କୁମ୍ଭ:-ଆଜି ନୂତନ କର୍ମାରମ୍ଭ ଯାନବାହନ ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ ।  ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।  ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ ।  ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ର ପାଇଁ ଦିନଟି ଭଲ ।

ମୀନ:-ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି ।  ସମସ୍ୟା ମଧ୍ୟରେ ଚଳିବା କାରଣକୁ ନେଇ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।  କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି ।  ନିଜ ଲୋକମାନେ ଅସୁବିଧାରେ ପକାଇବା ସକାଶେ ଚେଷ୍ଟା କରିପାରନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.