ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଅଧିକାଂଶ ସମୟ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ । ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି ।
ବୃଷ:-ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଯାନ୍ତ୍ରିକ ଶିଳ୍ପ,ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ।
ମିଥୁନ:-ଆଜି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କୃତକାର୍ଯ୍ୟ ହେବେ । ସ୍ବାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ,ଏଣୁ ଏଥିପ୍ରତି ସତର୍କ ରହିବା ଭଲ । କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । କର୍ମକ୍ଷେତ୍ରରେ ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି ।
କର୍କଟ:-ଆଜି ଅତୀତ ଘଟଣାର ସମୀକ୍ଷା କରି ମନ
ବିଷାଦଗ୍ରସ୍ତ ହୋଇପାରନ୍ତି । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ । ସାହିତ୍ୟ, କଳା,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ସି˚ହ:-ଆଜିର କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇବେ । ନମ୍ରତା ଓ ବିନୟର ସହ କହିଲେ ବନ୍ଧୁ ତାହାକୁ ବିଚାର କରିପାରନ୍ତି । ଘର କଥା ମନକୁ ବେଶି ଆନ୍ଦୋଳିତ କରିବା ସଙ୍ଗକୁ ନୂତନ ଦାୟିତ୍ୱ ହାତକୁ ନେଇ ବିବ୍ରତ ହୋଇପାରନ୍ତି ।
କନ୍ୟା:-ବାରମ୍ବାର ଚେଷ୍ଟା କଲେ ମଧ୍ୟ କର୍ମକ୍ଷେତ୍ରରେ ପରିସ୍ଥିତି ଗମ୍ଭୀର ରହିବ । ପାରିବାରିିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତିଲାଭ କରିବେ । ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଆନୁଷ୍ଠାନିକ କାମରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ ।
ତୁଳା:-ନିଜର ଅବହେଳାଜନିତ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ମାତ୍ର ଗୃହ ସମସ୍ୟା ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ବନ୍ଧୁଙ୍କ ସମ୍ପର୍କରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ ।
ବିଛା:-ବନ୍ଧୁମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି । କୌଣସି ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେବାର ସୂଚନା ରହିଛି । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ଓ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ । ଆଶାନୁଯାୟୀ ପ୍ରାପ୍ତି ସନ୍ତୋଷଜନକ ହେବନାହିଁ ।
ଧନୁ:-ପ୍ରତ୍ୟେକ ପରିସ୍ଥିତିରେ ଜିଦ୍ରେ ଅଟଳ ରହିଲେ ସମସ୍ୟାକୁ ନିମନ୍ତ୍ରଣ କରିବା ପରି ହେବ । ମନ ଭିତରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି ।
ମକର:-ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି । କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି । ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ । ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ ।
କୁମ୍ଭ:-ଆଲୋଚନା ସମୟରେ ବିରକ୍ତିକର କଥା କିମ୍ବା ବିବାଦୀୟ ମନ୍ତବ୍ୟ ଦେଇ ଶତ୍ରୁତା ଅର୍ଜନ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ବ୍ୟବସାୟରେ ସଫଳତା ହାସଲ କରିବେ । ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେବା ଭଲ ।
ମୀନ:-ଆଜି ଆପଣ ନିଜକାମ ପଛକୁ ପକାଇ ଅନ୍ୟ ମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ । ସହକର୍ମୀ କିମ୍ବା ବନ୍ଧୁମାନଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ଦୂରଯାତ୍ରାର ସୁଯୋଗ ପାଇବେ କିନ୍ତୁ ଯାଇପାରିବେ ନାହିଁ ।