banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ଆକସ୍ମିକ ଭାବେ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।

ବୃଷ:-ଆଜି କୌଣସି ନୂତନ କାର୍ଯ୍ୟାରମ୍ଭ କରିବା ସକାଶେ ମନସ୍ଥ କରିପାରନ୍ତି। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।

ମିଥୁନ:-ଆଜି ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। କର୍ମକ୍ଷେତ୍ରରେ ବିଗତ ଦିନରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି।

କର୍କଟ:-ଆଜି କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆପଣଙ୍କ ମଧୁର ବିନୟ ବଚନ ପ୍ରଭାବରୁ ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ସି˚ହ:-ଆଜି କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ। ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଗତକାଲି ପରି ଆଜି ମଧ୍ୟ ପରିସ୍ଥିତି ଅପରିବର୍ତ୍ତିତ ରହିବ। ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି।

କନ୍ୟା:- ଆଜି ଆପଣଙ୍କୁ କୌଣସି ସମସ୍ୟା ବିଚଳିତ କରିପାରିବ ନାହିଁ। ତଥାପି ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। କଳା, ସାହିତ୍ୟ ଓ ସଭାସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।

ତୁଳା:-ଆଜି ପରିବାରରେ ସୁଖ ଶାନ୍ତି ଫେରାଇଆଣିବା ଚେଷ୍ଟା କଦାପି ବିଫଳ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ।

ବିଛା:-ଆଜି କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଯାନବାହନରେ ଭ୍ରମଣବେଳେ ଦ୍ରବ୍ୟ ଚୋରି ହୋଇପାରେ। ବନ୍ଧୁଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।

ଧନୁ:-ଆଜିର ଗ୍ରହସ୍ଥିତିରୁ ବେଖାତିର ଭାବରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବହନ କ୍ଷେତ୍ରରେ, ଆଲୋଚନା ପରିସରରେ, ସଭାସମିତିରେ, ତର୍କବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମ ସମ୍ପୂର୍ଣ୍ଣ ହୋଇପାରିବ। ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

ମକର:-ଆଜି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ସାମୟିକ ଅସୁବିଧାର ସମ୍ମୁଖୀନ ହେବେ। ବିବାଦୀୟ ଘଟଣାର ପରିସ୍ଥିତି ହଠାତ୍‌ ବଦଳି ଯାଇପାରେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।

କୁମ୍ଭ:-କର୍ମକ୍ଷେତ୍ରରେ ଆପଣ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। ଚେଷ୍ଟା କରୁଥିବା କାମରେ, ମାଙ୍ଗଳିକ କାର୍ଯ୍ୟ,କଚେରି ମାମଲାରେ, ଜମିଜମା ବିବାଦରେ ଉପକୃତ ହେବେ। ପାରିବାରିକ ସମସ୍ୟା ଭିତରେ ଗତି କରିପାରନ୍ତି।

ମୀନ:-ସଚେତନତା ଅଭାବରୁ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ପାଖ ପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।

Khansweb Solution Bhubaneswar

Leave A Reply

Your email address will not be published.