ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ସାମାଜିକ ସ୍ତରରେ ଅପ୍ରୀତିକର ପରିସ୍ଥିତିର ହଠାତ୍ ସାମନା କରିବାକୁ ପଡିପାରେ। ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ସ୍ଥିତି ଦୁର୍ବଳ ହେତୁ ତାହା ହିଁ ଚିନ୍ତାର କାରଣ ହୋଇପାରେ। ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡିବ।
ବୃଷ:-ଆଜି କୌଣସି ବନ୍ଧୁ କିମ୍ବା ସହକର୍ମୀ ଅଥବା ପାଖ ପଡୋଶୀମାନେ ସହଯୋଗର ହାତ ବଢାଇବେ ଓ କାମଟି ସୁବିଧାରେ ହୋଇଯିବ। କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ।
ମିଥୁନ:-ଆଜି ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପ୍ରଶାସନ, ପ୍ରକାଶନ, ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟ ଓ ସୁପରାମର୍ଶରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ:-ଆଜି ପ୍ରତ୍ୟେକ କ୍ଷେତ୍ରରେ ଭାରସାମ୍ୟ ରକ୍ଷା କରି ନ ଚଳିଲେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ। ନିଜ ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଅଶ୍ଳେଷା ନକ୍ଷତ୍ର ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି।
ସି˚ହ:-ଆଜି ବିଭିନ୍ନ ପ୍ରକାରର ସମସ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ। ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମଘା ନକ୍ଷତ୍ରର କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ।
କନ୍ୟା:-ଆଜି ଦୀର୍ଘ ଦିନରୁ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ଆତ୍ମୀୟମାନଙ୍କ ସହୃଦୟତାରୁ ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ। ଆଲୋଚନା କାଳରେ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା:-ଆଜି କୌଣସି ବନ୍ଧୁଙ୍କୁ ଅନୁରୋଧ କରି କାମ ହାସଲ କରିବାର ଚେଷ୍ଟା କରିବେ। ଅବଶ୍ୟ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ। ଅଫିସ୍ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା:-ଆଜି ଅଟକି ରହିଥିବା କାମଗୁଡିକ ଆଜି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ।
ଧନୁ:-ଆଜି କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ଉତ୍ତରାଷାଢା ନକ୍ଷତ୍ର ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ।
ମକର:-ଆଜି ବନ୍ଧୁଙ୍କ ମାଧ୍ୟମରେ ହଠାତ୍ କାୈଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ, କିନ୍ତୁ ବିଭିନ୍ନ ପ୍ରକାରର ଝମେଲା ସୃଷ୍ଟି କରିପାରନ୍ତି।
କୁମ୍ଭ:-ଆଜି ସଚେତନତା ଓ ସାମାଜିକ ଶୃଙ୍ଖଳଜନିତ ଶତଭିଷା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବହନରେ କଳହର ଆଶଙ୍କା ଦେଖାଦେବ। କର୍ମକ୍ଷେତ୍ରରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନ:-କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାରଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ।