banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ଶନିବାର ରାଶିଫଳ, ୧୦,୧୦,୨୦୨୦

0

ମେଷ:-ଆଜି ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରିପାରନ୍ତି। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିପାରନ୍ତି।

ବୃଷ:-ଆଜି ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଓ ଆକସ୍ମିକ କଳହର କାରଣ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ସମସ୍ୟା ଭିତରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହୋଇପାରନ୍ତି।

ମିଥୁନ:-ଆଜି ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବେ। କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢି ବଢି ବଡ ଆକାର ଧାରଣ କରିବାର ସମ୍ଭାବନା ରହିଛି। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ମନ ଅସ୍ଥିର ରହିବ।

କର୍କଟ:-ଆଜି ଶତ୍ରୁନାଶ, ଋଣ ପରିଶୋଧ ସଙ୍ଗକୁ ରୋଗପୀଡା ହ୍ରାସ ଘଟିବ। କର୍ମକ୍ଷେତ୍ରରେ ଅବହେଳା କାରଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। କିନ୍ତୁ ଆପଣଙ୍କ ମଧୁରବଚନ ପ୍ରଭାବରୁ ସମସ୍ୟାର ସରଳ ସମାଧାନ ହୋଇଯିବ। ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି।

ସି˚ହ:-ଆଜି ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ୍‌ ରହିବା ଠିକ୍‌ ହେବ। ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିପାରେ। ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ସନ୍ତାନଙ୍କ କୃତିତ୍ୱ ପାଇଁ କିମ୍ବା ରଚନାତ୍ମକ କାମ ସକାଶେ ଗର୍ବ ଅନୁଭବ କରିବେ।

କନ୍ୟା:-ଆଜି ସାମାଜିକ ସ୍ତରରେ ସମ୍ମାନ ଓ ପ୍ରତିଷ୍ଠା ପ୍ରଦାନ କରିବେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭାସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭକରି ଖୁସୀ ହୋଇପାରନ୍ତି।

ତୁଳା:-ଆଜି ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ଚେଷ୍ଟା କଦାପି ବିଫଳ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ।

ବିଛା:-ଆଜି ଔଚିତ୍ୟପୂର୍ଣ୍ଣ କଥା କହି ପ୍ରିୟଜନଙ୍କର ଶ୍ରଦ୍ଧାଭାଜନ ହେବେ। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ। ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।

ଧନୁ:-ଆଜି ମୁହଁରେ ମଧୁରତା ପ୍ରକାଶ ପାଇଲେ ମଧ୍ୟ ମାନସିକ ସ୍ତରରେ ଅନ୍ୟମନସ୍କତା ଲାଗିରହିବ। ଆଲୋଚନା ପରିସରରେ, ସଭାରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

ମକର:-ଆଜି ଶନିଙ୍କ ପ୍ରଭାବରୁ ଆପଣଙ୍କ କୌଣସି କାମ ଅଟକି ରହିବନାହିଁ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ହାସଲ କରିବେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଅତି ଭଲ ସମ୍ପର୍କ ରହିଥିବା ବ୍ୟକ୍ତିଟି ସହ ବାର୍ତ୍ତାଳାପ ପାଇଁ ମନ ଛଟପଟ ହୋଇପାରେ।

କୁମ୍ଭ:-ଆଜି ବନ୍ଧୁଙ୍କ ସାହାଯ୍ୟରୁ ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବାରୁ ଆଶ୍ୱସ୍ତି ଲାଭ କରିବେ।

ମୀନ:-ଆଜି ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାଗୁଡିକୁ ସାମନା କରି ନ ପାରି ବିବ୍ରତ ବୋଧ କରିପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁଁ କାମଗୁଡିକ ସଂପନ୍ନ କରିବା ସକାଶେ ବିଶେଷ ଅସୁବିଧା ହେବ ନାହିଁ। ପାରସ୍ପରିକ ଭୁଲ୍‌ ବୁଝାମଣାରୁ ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି।

Khansweb Solution Bhubaneswar

Leave A Reply

Your email address will not be published.