banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ବିଭିନ୍ନ ପ୍ରକାରର ସମସ୍ୟା ସଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରି ପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତି ଯୁକ୍ତ କଥା କହି ପ୍ରଶଂସିତ ହେବେ।

ବୃଷ:-ଆଜି ଶାରୀରିକ ଅସୁସ୍ଥତା ସଙ୍ଗକୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ। ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି।

ମିଥୁନ:-ଆଜି କର୍ମକ୍ଷେତ୍ରରେ ନିଜ ନିଜ ଜିଦରେ ଅଟଳ, ଅଚଳ ରହିବା କାରଣରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାର, ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟିହେବ। ଭ୍ରମଣ ସୁଯୋଗ ପାଇବେ, କିନ୍ତୁ ଫେରିବାରେ ଆନନ୍ଦ ରହିବ ନାହିଁ।

କର୍କଟ:-ଆଜି କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତାର ଭୂୟସୀ ପ୍ରଶଂସା କରିବେ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା ଓ ନିର୍ମାଣ କ୍ଷେତ୍ରରେ ସମ୍ମାନ ପାଇ ଖୁସି ହେବେ।

ସି˚ହ:-ଆଜି ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣିଫୋଟକା ପରି ଅଳ୍ପ ସମୟ ଭିତରେ ମିଳାଇଯିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ।

କନ୍ୟା:-ଆଜି କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ, ତଥାପି ଆପଣଙ୍କ କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ।

ତୁଳା:-ଆଜି ଆତ୍ମୀୟମାନଙ୍କ ସହଯୋଗରୁ ସମାଧାନର ସରଳସୂତ୍ର ବାହାର କରିବାରେ ସମର୍ଥ ହେବେ। ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଜମିଜମା ସମସ୍ୟା, ସମାଧାନ ଦିଗକୁ ମୁହାଁଇପାରେ।

ବିଛା:-ଆଜି ମାନସିକ ଅସ୍ଥିରତା କାରଣରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍ ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଗୃହ କଳି ସମାଧାନ ହୋଇଯିବ।

ଧନୁ:-ଆପଣ ଆଜି ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ସନ୍ତାନ ମାନଙ୍କ ସକାଶେ ଆଗାମୀ ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା ହୋଇପାରେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି।

ମକର:-ଆଜି ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମ୍ନା କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ହେତୁ ମନାନ୍ତର ସୃଷ୍ଟି ହୋଇପାରେ। ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ।

କୁମ୍ଭ:-ଆଜି ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କୀୟ ଶୁଭ ସୂଚନା ପାଇବେ।

ମୀନ:-ଆଜି ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ।

Khansweb Solution Bhubaneswar

Leave A Reply

Your email address will not be published.