banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଲାଗି ରହିଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି ଚିନ୍ତାରେ ପାଖ ମାଡିବେ ନାହିଁ। ମହିଳାମାନେ ମନକୁ ବୁଝାଇ ରହିବାକୁ ବାଧ୍ୟ ହେବେ।

ବୃଷ:-ଆଜି ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ। ଆନୁଷ୍ଠାନିକ କାମରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି କମ୍‌ଜୋର୍‌ ରହିବ, ଫଳରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ଆନୁଷ୍ଠାନିକ କାମରେ ଯୋଗଦେଇ ପ୍ରଶଂସିତ ହେବେ।

ମିଥୁନ:-ଆଜି କର୍ମକ୍ଷେତ୍ରରେ ସାବଧାନତା ଅବଲମ୍ବନ କରିବା ଭଲ। ନତୁବା ପରିସ୍ଥିତି ବଦଳି ଯାଇପାରେ। ବନ୍ଧୁଙ୍କ ମୁଡ୍‌ ପରଖି ଆଗକୁ ନ ବଢ଼ିଲେ କଳହର ସୂତ୍ରପାତ ହୋଇପାରେ। ଅପରାହ୍ନରେ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରି କାମ କରିବା ଭଲ ହେବ।

କର୍କଟ:-ଆଜିର କର୍ମାରମ୍ଭ ପ୍ରୀତିପଦ ହେବ। ନିକଟସ୍ଥ ବ୍ୟକ୍ତିଙ୍କ ସହାୟତାରେ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ବ୍ୟଥିତ କରିପାରେ। ପରୋକ୍ଷ ଶତ୍ରୁତା ସାମୟିକ କଳହର କାରଣ ହୋଇପାରେ। କିନ୍ତୁ କାର୍ଯ୍ୟ ସାଧିତ ହେବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ।

ସି˚ହ:-ଆଜି ବନ୍ଧୁଙ୍କ ଅନୁରୋଧ ରକ୍ଷା କରିବାକୁ ଯାଇ ଆଜି ମାତ୍ରାଧିକ ଭ୍ରମଣ କରିବାକୁ ପଡିପାରେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ସମ୍ପର୍କୀୟଙ୍କ ଶତ୍ରୁତା ଘରେ କଳହର କାରଣ ହେବ।

କନ୍ୟା:-ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାଯ୍ୟ ପ୍ରତିଶ୍ରୁତି ଦେଇ ପାଖ ମାଡିବ ନାହିଁ। ବ୍ୟବସାୟରେ କ୍ରମଶଃ ଲାଭ ଅପେକ୍ଷା କ୍ଷତି ଅଧିକ ହେବାର ଆଶଙ୍କା ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ କାରଣ ନ ଥାଇ ମଧ୍ୟ ଯାତ୍ରା ସମୟରେ ଝଗଡା ଲାଗିପାରେ।

ତୁଳା:-ଆଜି କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ଆଶଙ୍କା ରହିଛି। ପଡୋଶୀମାନେ ସ୍ବାର୍ଥସାଧନ ପାଇଁ ନିଜ କାମକୁ ଅଗ୍ରାଧିକାର ଦେବେ। ପୁରୁଣା ରୋଗ, ଘର ଲୋକମାନଙ୍କ ଟୁପ୍‌ ଟାପ୍‌ କଥା ମନକୁ ବିଚଳିତ କରିବ।

ବିଛା:-ଆଜି ସାଙ୍ଗସାଥୀମାନଙ୍କ ସହ କିଛି ନୂଆଁ ସ୍ଥାନକୁ ପରିଦର୍ଶନରେ ଯାଇ ପାରନ୍ତି। ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ସାହିତ୍ୟ, ରଚନାତ୍ମକ କାର୍ଯ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

ଧନୁ:-ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ବହୁତ ଟଣା ଓଟରା ଲାଗିବ। ବିବାଦୀୟ ଘଟଣାରେ, ପରିବହନରେ, ବ୍ୟବସାୟରେ ଯଥା ସମ୍ଭବ ଶତ୍ରୁଠାରୁ ଦୂରେଇ ରହିବା ଭଲ। ପରିବାରରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ।

ମକର:-ସାମାନ୍ୟ ଥଣ୍ଡାକାରଣରୁ ଦେହଟା ଭଲ ଲାଗି ନ ପାରେ। ଶିଳ୍ପ, ବାଣିଜ୍ୟ, କଳା ସାହିତ୍ୟ, ପରିବହନରେ ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପରିବାରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।

କୁମ୍ଭ:-ଅନ୍ୟମାନଙ୍କ ସକାଶେ ଯାହା ସହଜ ଓ ସୁବିଧାଜନକ ହୋଇପାରୁଛି ତାହା ଆପଣଙ୍କ ପାଇଁ ନ ହୋଇପାରେ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।

ମୀନ:-ଯେମିତି ଭାବୁଛନ୍ତି, ସେମିତି କରନ୍ତୁ, ସାମାନ୍ୟ ଅସୁବିଧା ଦେଖାଦେଲେ ମଧ୍ୟ ପର କ୍ଷଣରେ ସବୁ ଠିକ୍‌ ହୋଇଯିବ। ନିକଟତର ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ। ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।

Khansweb Solution Bhubaneswar

Leave A Reply

Your email address will not be published.