banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ଆପଣ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ମନେପକାଇପାରିବେ ନାହିଁ। ତଥାପି କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।

ବୃଷ:-ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ଏହା ସଙ୍ଗକୁ ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତତ୍ପରତା ଲାଗି ରହିବ।

ମିଥୁନ:-ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ। ଆକସ୍ମିକ ଭାବରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।

କର୍କଟ:-ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍ ଠିକ୍ ହୋଇଯିବ। ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି କିମ୍ବା ହିତୈଷୀଙ୍କ ସୁନଜରରେ ଆସିବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ବଢ଼ିଯିବ।

ସି˚ହ:-ନିଜ ଭବିଷ୍ୟତକୁ ଆଖି ଆଗରେ ଦେଖି ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ରାଜନୈତିକ, ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।

କନ୍ୟା:-ଆଜି ସକାଳୁ ସକାଳୁ ବନ୍ଧୁ ମିଳନ ଓ ଆନୁଷ୍ଠାନିକ କାମରୁ ଖୁସୀ ରହିବେ। ଖୋଜୁଥିବା ଲୋକଟିକୁ ଠିକଣା ଜାଗାରେ ନ ପାଇ ବ୍ୟସ୍ତ ହୋଇପାରନ୍ତି। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୂରେଇ ରହିବେ। ଆତ୍ମୀୟସ୍ବଜନ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ।

ତୁଳା:-ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ।

ବିଛା:-ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କ ମନମୁଖିଆ ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିବ। ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ସାମାଜିକ ସ୍ତରରେ ଉତ୍ସୁକତାର ସହ କାମ କରି ପ୍ରଶଂସିତ ହେବେ।

ଧନୁ:-କାର୍ଯ୍ୟହାନି ଓ ପାରିବାରିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ସ୍ବୀକାର କରିବାକୁ ପଡିପାରେ।

ମକର:-ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟି କରିପାରେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସାମୟିକ ସମସ୍ୟା ଲାଗି ରହିଲେ ମଧ୍ୟ ବନ୍ଧୁମାନଙ୍କ ସହ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ।

କୁମ୍ଭ:-ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ଅବଶ୍ୟ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ବିଶେଷ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ଠିକ୍ ଖବର ଦେବାରେ ହେଳା କରିପାରନ୍ତି, ଯାହା କି ଉଦ୍‌ବେଗର କାରଣ ହୋଇପାରେ। ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ।

ମୀନ:-ଗତକାଲିର ଘଟଣାବଳୀକୁ ନେଇ ରହିଥିବା ଟେନ୍ସନ୍ ଆଜି କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସୀରେ ଅତିବାହିତ ହେବ। ଅଯଥା ଗୁଡାଏ କାଳ୍ପନିକ ବିଷୟବସ୍ତୁକୁ ନେଇ ମନକୁ ଭାରାକ୍ରାନ୍ତ କରିପାରନ୍ତି

Khansweb Solution Bhubaneswar

Leave A Reply

Your email address will not be published.