ମେଷ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଳମ୍ବରେ କାର୍ଯ୍ୟରେ ଉନ୍ନତି ଘଟିବ। ଧନକ୍ଷୟ ହେବାର ସୂଚନା ମିଳୁଛି। ଈର୍ଷା ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ।
ବୃଷ: ସପ୍ତମରେ ଚନ୍ଦ୍ର ହେତୁ ମନରେ ଉଦ୍ବେଗ ଜାତ ହୋଇପାରେ। ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାକୁ ବ୍ରତଭାବେ ଗ୍ରହଣ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିଲେ ସଫଳତା ମିଳିବ।
ମିଥୁନ: ଦୈନଦିନ କାର୍ଯ୍ୟ ଉପରେ ଗୁରୁତ୍ବ ଦେବେ। ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଅଯଥା ଖର୍ଚ୍ଚ କରି ମନସ୍ତାପ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି।
କର୍କଟ: କାର୍ଯ୍ୟରେ ପୂର୍ବ ପ୍ରସ୍ତୁତିକୁ ବଦଳାଇ ନୂତନ ପଦକ୍ଷେପ ଗ୍ରହଣ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ।
ସିଂହ: ଗୃହକାର୍ଯ୍ୟରେ ଲାଗି ପଡ଼ିବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନକୁ ମହାପୁଣ୍ୟ ଭାବେ ବିବେଚନା କରି ଆବଶ୍ୟକ ପଦକ୍ଷେପ ନେବେ। ବ୍ୟକ୍ତିତ୍ବର ଜ୍ଞାନ-ଗରିମା ପ୍ରକଟିତ ହେବ। ସ୍ବାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ହେବେ। ବୁଦ୍ଧି ପ୍ରୟୋଗ କରିବେ।
କନ୍ୟା: ଶତ୍ରୁ ଚିନ୍ତାରେ ମନ ବ୍ୟସ୍ତ ରହିପାରେ। ଉଚ୍ଚ ଆଶା ଫଳବତୀ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ ହେବେ। ଥଣ୍ଡା-କଫ ଦ୍ବାରା ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସୁଖଭୋଗ କରିବେ।
ତୁଳା: ଭାଇ ସହଯୋଗ ପାଇ ତେଜସ୍ମର ହୋଇ ଉଠିବେ। ସୌଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ଆବଶ୍ୟକତା ଅନୁସାରେ ଅର୍ଥ ନିଅଣ୍ଟ ହେବ।
ବିଛା: ଯୋଜନା ଅନୁସାରେ କାର୍ଯ୍ୟରେ ଆଗକୁ ବଢ଼ିବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଖାଦ୍ୟ ପଦାର୍ଥ ସୁଲଭ ଓ ସୁସ୍ବାଦୁ ହେବ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧ ବା ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।
ଧନୁ: ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ବ୍ୟୟବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ମଧୁରଭାଷା ପ୍ରୟୋଗ କରି ଅଧସ୍ତନଙ୍କ ମନ କିଣି ପାରନ୍ତି। ଏକାନ୍ତ ରହିବାକୁ ଇଚ୍ଛା କରିବେ। ସାହସୀ ଓ ଜ୍ଞାନୀ ହେବେ।
ମକର: ଆର୍ଥିକ ଦୁରବସ୍ଥାରେ ସୁଧାର ଆସିବ। କାର୍ଯ୍ୟ ସିଦ୍ଧି ହେବାର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ବୃଦ୍ଧି ହେବ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପ୍ରାପ୍ତ ହେବ।
କୁମ୍ଭ: ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଘଟିବ। କାର୍ଯ୍ୟର ସଫଳ ରୂପାୟନ କରିବାରେ ସିଦ୍ଧହସ୍ତ ହେବେ। କୁଳଦୀପକ ହେବେ। ଦୟାଳୁ ସ୍ବଭାବ ସମ୍ପନ୍ନ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି। ପରିବାର ପ୍ରତି ସ୍ନେହ-ସଦିଚ୍ଛା ରହିବ।
ମୀନ: ଆୟ ବୃଦ୍ଧିର ସୂଚନା ମିଳୁଛି। ସେବା ପୂଜାରେ ମନୋନିବେଶ କରିବେ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
