banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି କର୍ମସ୍ଥ ଶନି ହେତୁ ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯନତ୍ କରିବେ । ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ।

ବୃଷ:-ତୃତୀୟସ୍ଥ ଚନ୍ଦ୍ର ଯୋଗୁ ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦକରି ଅପ୍ରିୟତା ଅର୍ଜନ କରିବେ । ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧଁ।ଦୌଡ଼ କରିବାକୁ ପଡ଼ିବ । ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂରହୋଇପାରେ ।

ମିଥୁନ:-ପରିବାରରେ କେତେକ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ କହିପାରିବେ ନାହିଁ । କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।

କର୍କଟ:-ଭାଗ୍ୟସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କିତ କୌଣସି ଅନୁଚିନ୍ତା ସାୟାହ୍ନେ ଦୂରହେବ । ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ । ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ ।

ସି˚ହ:-ରବି ଷଷ୍ଠସ୍ଥ ଯୋଗୁ କେବଳ ମନ ବୁଝିଲା ଭଳି କଥା କହି ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାର ଯୋଜନା କରିବେ । ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିବେ। ମଧ୍ୟାହ୍ନରେ କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।

କନ୍ୟା:-ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ । ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ । ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।

ତୁଳା:-ଆର୍ଥିକ ଅସନ୍ତୁଳନ ସାଙ୍ଗକୁ କାହା ମନ କାହା ସାଙ୍ଗରେ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ । କର୍ମକ୍ଷେତ୍ରରେ ,ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିପାଇବ ।

ବିଛା:-ଆଜିର କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି,ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବା ସମ୍ଭାବନା ରହିଛି ।

ଧନୁ:-କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ । ଯେକୌଣସି ପ୍ରତିଯୋଗିତାରେ ଯୋଗଦେଲେ ଅବଶ୍ୟ ସଫଳତା ପାଇବା ଯୋଗୁ ମନ ଖୁସି ରହିବ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା,ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ ।

ମକର:-ଦୀର୍ଘଦିନରୁ ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବା ସମ୍ଭାବନା ଅଛି । କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ।

କୁମ୍ଭ:-କର୍ମକ୍ଷେତ୍ର କିମ୍ବା ପରିବାରରେ ଯେତେ ପ୍ରକାର ସମସ୍ୟା ସୃଷ୍ଟିକଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ । ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ମୀନ:-ଆଜି ଆକସ୍ମିକ ଭାବରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ,ଯାହାକି ବ୍ୟସ୍ତତାର କାରଣ ହୋଇପାରେ।

Khansweb Solution Bhubaneswar

Leave A Reply

Your email address will not be published.