banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

0

ମେଷ:-ଆଜି ରାଶ୍ୟାଧିପତି ସହ ଅନ୍ୟ ଦୁଇଟି ଗ୍ରହଙ୍କ ସମାବେଶ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି । ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍‌ସନ ସୃଷ୍ଟି କରିବ । ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇ ଖୁସି ହୋଇପାରନ୍ତି ।

ବୃଷ:-ସ୍ବଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି ।
ଶିଳ୍ପ, ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା କରିପାରନ୍ତି । ଗଠନମୂଳକ ପରାମର୍ଶ ଦେଇ ବନ୍ଧୁ ଗହଣରେ ପ୍ରଶଂସିତ ହୋଇପାରନ୍ତି ।

ମିଥୁନ:-ରାଶିରେ ବଳବାନ୍‌ ରାହୁ ଏବଂ ଭାଗ୍ୟସ୍ଥ ବୁଧ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି,ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବନାହିଁ । ଭାଇ,ବନ୍ଧୁ କିମ୍ବା ପଡୋଶୀମାନଙ୍କ ସହ ଆଲୋଚନା ଫଳପ୍ରଦ ହେବ । ନିର୍ମାଣାଧୀନ କାମ ଓ ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି ।

କର୍କଟ:-ଚନ୍ଦ୍ର ଏବଂ ମଙ୍ଗଳଙ୍କ ଉଚ୍ଚାବସ୍ଥାନ ଆପଣଙ୍କ କାର୍ଯ୍ୟସିଦ୍ଧି, ଆର୍ଥିକ ଉନ୍ନତି ସହ ବନ୍ଧୁସମ୍ପର୍କକୁ ଦୃଢ଼ୀଭୂତ କରିବ । ଅତୀତର ଘଟଣାଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଅର୍ଥଲାଭ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ମନେଇ କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ ।

ସି˚ହ:-ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ ।
ପଦସ୍ଥବ୍ୟକ୍ତିଙ୍କ ପରାମର୍ଶରେ କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ବିଚାର କରିପାରନ୍ତି । ସାମାଜିକ ସ୍ତରରେ କୌଣସି ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।

କନ୍ୟା:-ଗତକାଲିଠାରୁ ଆପଣ ଯେଉଁଥିପାଇଁ ଚିନ୍ତିତ ରହିଛନ୍ତି,ଆଜି ସେଥିରୁ ଅନେକାଂଶରେ ହାଲୁକା ଅନୁଭବ କରିବେ । ଅଫିସରେ ଭାବପ୍ରବଣବଶତଃ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରିବା ଠିକ୍‌ ହେବନାହିଁ । ବନ୍ଧୁଙ୍କ ସହ ସମ୍ପର୍କରୁ ସୁଫଳ ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଓ ପରିବହନ ସମସ୍ୟାରେ ଜଡିତ ହୋଇପାରନ୍ତି ।

ତୁଳା:-ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ଆଲୋଡନ ଅସ୍ଥିରତାର କାରଣ ହୋଇପାରେ । ବନ୍ଧୁମାନଙ୍କ ଜରିଆରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ ।ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇଥିବାରୁ ଚିନ୍ତାମୁକ୍ତ ହୋଇପାରନ୍ତି ।

ବିଛା:-ପାପଗ୍ରହଯୁକ୍ତ ତୃତୀୟଭାବ ପ୍ରଭାବରେ ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍‌ ରହିଲେ କ୍ଷତିରେ ପଡିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁରୋଧରେ ସାମାଜିକ କାର୍ଯ୍ୟରେ ଯୋଗଦେଇପାରନ୍ତି । ଅଧିକାଂଶ ସମୟ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି ।

ଧନୁ:-ପାଖ ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍‌ ଟାଣ ରହିବ । ଶନି ଓ ବୃହସ୍ପତି ଏକତ୍ର ଯୋଗୁ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି ।
ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଭ୍ରାତୃ ସମ୍ପର୍କରେ କିଛିଟା ବ୍ୟତିକ୍ରମ ହେବାର ସୂଚନା ରହିଛି ।

ମକର:-ପାରିବେଶିକ ଅସ୍ଥିରତା କାରଣରୁ ମାନସିକ ଅଶାନ୍ତି ଦେଖାଦେଇପାରେ । ବାହାର ସ୍ଥାନରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ । ଘରର ବ୍ୟତିକ୍ରମ କଥା କହି ବନ୍ଧୁଙ୍କ ସାହାଯ୍ୟ ସହଯୋଗ ଲୋଡ଼ିପାରନ୍ତି । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ।

କୁମ୍ଭ:-ଆଜି ଯେଉଁ କାମରେ ବାହାରିବେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।
ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ । ବନ୍ଧୁମାନଙ୍କଠାରୁ ସମାଲୋଚିତ ହେବେ ।ସମସ୍ୟାକୁ ସୁଧାରି ନେବା ସକାଶେ ପରିବାରର ବ୍ୟକ୍ତିବିଶେଷଙ୍କ ସମର୍ଥନ ମିଳିବ ।

ମୀନ:-ଉଚ୍ଚାରୋହୀ ରବି ଓ ମଙ୍ଗଳ ପ୍ରଭାବରେ ସରକାରୀ ସ୍ତରରୁ ଆର୍ଥିକ ସାହଯ୍ୟ ଲାଭକରି କେତେକାଂଶରେ ଖୁସି ରହିବେ । ଆକସ୍ମିକ ଭାବରେ ବନ୍ଧୁମାନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି । ଆରମ୍ଭ କରିଥିବା କାମଟିକୁ ଶେଷ କରିପାରିବେନି । ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ ।

Khansweb Solution Bhubaneswar

Leave A Reply

Your email address will not be published.