banner
Breaking

ବିଳ୍ପବୀ କବି ରବି ସି°ଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟଦା। ସତୀଚଉରାରେ ଶେଷକୃତ୍ୟ ସମ୍ପନ୍ନ।

0

କଟକ ,୨।୨: କଟକର ସତୀ ଚଉରାରେ ବିପ୍ଲବୀ କବି ରବି ସିଂଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସମସ୍ତ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ କରାଯାଇଛି।

ପ୍ରକାଶ ଯେ, କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ରବି ସିଂ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି। ‘ପଥପ୍ରାନ୍ତର କବିତା’, ‘ଅପ୍ରୀତିକର କବିତା’, ‘ପଦାତିକ’, ‘ବିଷବାଣୀ’, ‘କ୍ଷତ’, ‘ଲାଲ ପାଗୋଡ଼ାର ପ୍ରେତ’, ‘ଭଙ୍ଗା ହାତର କବିତା’, ‘ସର୍ବହରା’ ଭଳି ଏକାଧିକ ପୁସ୍ତକ ସେ ରଚନା କରିଛନ୍ତି। ଓଡ଼ିଶା ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୬୧ରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ଏହାଛଡ଼ା ୨୦୧୭ରେ ତାଙ୍କୁ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସମ୍ମାନିତ କରାଯାଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.