banner
Breaking

ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ।

0

ଭୁବନେଶ୍ୱର,୧୨/୧୦(ଓଡ଼ିଆ ନ୍ୟୁଜ): ପରଲୋକରେ ଶରତ କର। ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ସୋମବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରପ ଥିବାରୁ ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଶରତ କୁମାର କରଙ୍କ ପୁଅ ସୁମନ କର ସୂଚନା ଦେଇଛନ୍ତି।
ସେ ବିଜୁ ପଟ୍ଟନାୟକଙ୍କ ସହଯୋଗୀ ଭାବେ ଶେଷ ଯାଏ କାମ କରିଥିଲେ। ଓଡ଼ିଶା ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିବା ବେଳେ ୧୯୭୧ ମସିହାରେ ବିଶ୍ୱନାଥ ଦାସଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଜନତା ପାର୍ଟି ଟିକେଟରେ କଟକ ଲୋକସଭା ଆସନରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ସଂସଦକୁ ନିର୍ବାଚିତ ହୋଇଥିଲେ। ସେ ୨୦୦୦ରୁ ୨୦୦୪ ଯାଏ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ।

Khansweb Solution Bhubaneswar

Leave A Reply

Your email address will not be published.