banner
Breaking

ମେ ୩୧ ସୁଦ୍ଧା ୧ମ ରୁ ଅଷ୍ଟମ ନାମଲେଖା ସରିବ।

0

ଭୁବନେଶ୍ୱର,୨୬।୪(ବ୍ୟୁରୋ): ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ମଙ୍ଗଳବାରଠାରୁ ନାମଲେଖା ଆରମ୍ଭ ହେବ। ମେ’ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା କାର୍ଯ୍ୟ ଶେଷ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ରଘୁରାମ ଆର୍‌ ଆୟର ସମସ୍ତ ଜିଲା ଶିକ୍ଷା ଅଧିକାରୀ, ଜିଲା ପ୍ରକଳ୍ପ ସଂଯୋଜକ ଓ ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ମେ’ ୩୧ ସୁଦ୍ଧା କାର୍ଯ୍ୟ ଦିବସରେ ସକାଳ ୭ଟାରୁ ୯ଟା ୩୦ ପର୍ଯ୍ୟନ୍ତ ନାମଲେଖା ଚାଲିବ। ଏକା ସମୟରେ ୫ ଜଣରୁ ଅଧିକ ଅଭିଭାବକଙ୍କୁ ସ୍କୁଲରେ ପ୍ରବେଶ କରିବାକୁ ବାରଣ କରାଯାଇଛି। ଶିକ୍ଷା ସଂଯୋଗ ହ୍ବାଟ୍ସ ଆପ୍‌ ଜରିଆରେ ଅଭିଭାବକଙ୍କୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ ଗାଇଡ୍‌ଲାଇନ ମାନି ନାମଲେଖା ପ୍ରକ୍ରିୟା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.