banner
Breaking

ବାତ୍ୟା ପାଇଁ ୧୯ ଜିଲ୍ଲାରେ ସ୍କୁଲ ଛୁଟି

0

ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି।

ଶନିବାର ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, କଟକ, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.