banner
Breaking

୪୪୫ ଟି ରୁପାନ୍ତରୀତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୮ା୬(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରୂପାନ୍ତରିତ ୪୪୫ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ବାଲେଶ୍ୱର ଜିଲାର ୧୩୫ ହାଇସ୍କୁଲ, ପୁରୀର ୯୫, ନୟାଗଡ଼ର ୬୦, ଜଗତସିଂହପୁରର ୭୫ ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ। ସ୍କୁଲ ନୂଆ ରୂପ ନେବା ପରେ ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଖେଳିଯାଇଛି। ଏହା ଓଡ଼ିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଙ୍କେତ। ଏହି ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢ଼ି ତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି। ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିବା ନିମନ୍ତେ ଛାତ୍ରୀଛାତ୍ର ନିୟମିତ ଉଦ୍ୟମ ଜାରି ରଖନ୍ତୁ। ଟେକ୍ନୋଲୋଜି ଦ୍ୱାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ, ଇ-ଲାଇବ୍ରେରୀ, କମ୍ପ୍ୟୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହୋଇଛି। ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଯାଇଛି। ଟିମ୍‌ ଓ୍ବାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏହି ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍‌ ଭାବେ ଉପଯୋଗ କରି ନିଜ ପରିବାର ଓ ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.