banner
Breaking

ସରକାରୀ କର୍ମଚାରୀଙ୍କ ପାଇଁ ବଢିଲା ଗୃହ ରୁଣ, କମିଲା ସୁଧ ହାର

0

ଭୁବନେଶ୍ୱର : ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ ଋଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।
ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ ।

Khansweb Solution Bhubaneswar

Leave A Reply

Your email address will not be published.